fbpx

ସମାଜବାଦୀ ପାର୍ଟି ସୁପ୍ରିମୋ ମୁଲାୟମ ସିଂ ଯାଦବଙ୍କ ପରଲୋକ

ନୂଆଦିଲ୍ଲୀ: ସମାଜବାଦୀ ପାର୍ଟି ସୁପ୍ରିମୋ ମୁଲାୟମ ସିଂ ଯାଦବଙ୍କ ଆଜି ଦେହାନ୍ତ ହୋଇଛି । ମେଦାନ୍ତ ହସ୍ପିଟାଲରେ ୮୨ ବର୍ଷ ବୟସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛିି । ଏନେଇ ଟ୍ୱିଟ୍ କରି ତାଙ୍କ ପୁଅ ଅଖିଳେଶ ଯାଦବ ସୂଚନା ଦେଇଛନ୍ତି । ଅସୁସ୍ଥତା ପାଇଁ ତାଙ୍କୁ ଅଗଷ୍ଟ ୨୨ରେ ମେଦାନ୍ତରେ ଭର୍ତ୍ତି କରାଯାଇଥିଲା । ଅକ୍ଟୋବର ୨ ତାରିଖରେ ଆଇସିୟୁକୁ ସ୍ଥାନାନ୍ତରିତ ହୋଇଥିଲେ ।

ମୁଲାୟମ ସିଂ ଯାଦବଙ୍କୁ ୟୁରିନ୍ ସଂକ୍ରମଣ, ବ୍ଲଡ ପ୍ରେସରର ସମସ୍ୟା ସହିତ ନିଶ୍ୱାସ ନେବାରେ କଷ୍ଟ ଅନୁଭବ ହେଉଥିଲା, ଯାହାଫଳରେ ତାଙ୍କୁ ମେଦାନ୍ତ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ମେଡିକାଲରେ ମଧ୍ୟ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଅତି ଗୁରୁତର ଥିଲା ।

ତେବେ ମୁଲାୟମ ୩ ଥର ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ହୋଇଥିଲେ । ସେ ୭ ଥର ସଂସଦକୁ ନିର୍ବାଚିତ ହେବା ସହ କେନ୍ଦ୍ରରେ ପ୍ରତିରକ୍ଷା ମନ୍ତ୍ରୀ ଭାବେ କାମ କରିଥିଲେ । ୟୁପିରୁ ୮ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ଆଜି ସକାଳ ୮ଟା ୧୬ ମିନିଟରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ମୁଲାୟମଙ୍କ ମୃତ୍ୟୁକୁ ନେଇ ଅନେକ ବରିଷ୍ଠ ବ୍ୟକ୍ତିମାନେ ଶୋକ ପ୍ରକାଶ କରିଛନ୍ତି ।

Get real time updates directly on you device, subscribe now.