fbpx
BJD SKY
BJD SKY

ପୌର ନିର୍ବାଚନ: ଆଜି ପ୍ରକାଶ ପାଇବ ପ୍ରାଥମିକ ଭୋଟର ତାଲିକା, ବଢ଼ିଲା ପ୍ରାର୍ଥୀଙ୍କ ନିର୍ବାଚନୀ ଖର୍ଚ୍ଚ

BJD

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ପଞ୍ଚାୟତ ନିର୍ବାଚନ ପରେ ଅନୁଷ୍ଠିତ ହେବ ପୌର ନିର୍ବାଚନ । ଏଥିପାଇଁ ରାଜ୍ୟ ନିର୍ବାଚନ କମିଶନ ସମସ୍ତ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି । ପୌର ନିର୍ବାଚନକୁ ଅବାଧ ଓ ନିରପେକ୍ଷ କରିବା ପାଇଁ ଆଜି କମିଶନ ପ୍ରାଥମିକ ଭୋଟର ତାଲିକା ପ୍ରକାଶ କରିବା ସହ ସର୍ବଦଳୀୟ ବୈଠକ ଡାକିଛନ୍ତି । ଏହାପରେ ଚଳିତ ମାସ ଶେଷ ସୁଦ୍ଧା ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ ପାଇବ । ଏ ନେଇ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି ।

ବିଜ୍ଞପ୍ତି ଅନୁଯାୟୀ, ୫୦ ହଜାରରୁ କମ୍ ଜନସଂଖ୍ୟା ବିଶିଷ୍ଟ ପୌରାଞ୍ଚଳ ଓ ଏନଏସିରେ କାନନସିଲର ସର୍ବାଧିକ ୫୦ ହଜାର ଓ ଅଧ୍ୟକ୍ଷ ସର୍ବାଧିକ ୨ ଲକ୍ଷ ଖର୍ଚ୍ଚ କରିପାରିବେ । ୫୦ ହଜାରରୁ ୧ ଲକ୍ଷ ଜନସଂଖ୍ୟା ବିଶିଷ୍ଟ ଅଞ୍ଚଳରେ କାଉନସିଲର ସର୍ବାଧିକ ୭୫ ହଜାର ଓ ଅଧ୍ୟକ୍ଷ ସର୍ବାଧିକ ୩ ଲକ୍ଷ ଖର୍ଚ୍ଚ କରିପାରିବେ । ୧ ଲକ୍ଷରୁ ଅଧିକ ଜନସଂଖ୍ୟା ବିଶିଷ୍ଟ ଅଞ୍ଚଳରେ କାଉନସିଲର ପ୍ରାର୍ଥୀ ସର୍ବାଧିକ ୧ ଲକ୍ଷ ଓ ଅଧ୍ୟକ୍ଷ ପ୍ରାର୍ଥୀ ସର୍ବାଧିକ ୫ ଲକ୍ଷ ଟଙ୍କା ଖର୍ଚ୍ଚ କରିପାରିବେ ।

Get real time updates directly on you device, subscribe now.