ଓଡ଼ିଆ ସଙ୍ଗୀତ ଜଗତ ପାଇଁ ଖରାପ ଖବର, ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ୍ ମଜୁମଦାର ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ସିଡିଏର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହେଲେ ଅଭିଜିତ୍ ମଜୁମଦାର।

କଟକ: ସଙ୍ଗୀତ ଜଗତ ପାଇଁ ଖରାପ ଖବର। ଓଡ଼ିଶାର ସୁନାମ ଧନ୍ୟ ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ୍ ମଜୁମଦାର ଅସୁସ୍ଥ। ଅଭିଜିତ୍ ଅସୁସ୍ଥ ଥିବା ନେଇ ସୂଚନା ମିଳିଛି।

ସେ ଅସୁସ୍ଥ ହୋଇପଡିବାରୁ ତାଙ୍କୁ ତୁରନ୍ତ କଟକର ସିଡିଏରେ ଥିବା ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା କୁହାଯାଉଛି। ସେ ଦୀର୍ଘ ଦିନ ହେବ ଲିଭର୍ ଜନିତ ରୋଗରେ ପୀଡ଼ିତ ଥିବା ସୂଚନା ମିଳିଛି।

ଆଉ ଏବେ ଶରୀରରେ ପୋଟାସିୟମ କମି ଯିବାରୁ ଗୁରୁତର ହୋଇଛନ୍ତି। ତେଣୁ ତୁରନ୍ତ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।