fbpx

ସଙ୍ଗୀତ ନିର୍ଦ୍ଦେଶକ ସ୍ୱରୂପ ନାୟକ ଅସୁସ୍ଥ : ୪ ଦିନ ହେଲା ଚାଲିଛି ଚିକିତ୍ସା

ଭୁବନେଶ୍ୱର : ଓଡ଼ିଆ ସିନେ ଜଗତର ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ସ୍ୱରୂପ ନାୟକଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ବୋଲି ଜଣାପଡିଛି । ସ୍ୱରୂପ କଟକ ଚୌଦ୍ୱାରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ଗତ ୪ ଦିନ ହେବ ତାଙ୍କର ଚିକିତ୍ସା ଚାଲିଥିବାର ଖବର ସାମ୍ନାକୁ ଆସିଛି ।

ସୂଚନା ଅନୁସାରେ, ଓଡ଼ିଆର ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ସ୍ୱରୂପ ନାୟକ ଥ୍ରୋଟ୍ କ୍ୟଅନସରରେ ଆକ୍ରାନ୍ତ ହୋଇଥିବାର ଖବର ମିଳିଛି । ଗତ ୪ ଦିନ ହେବ ସେ କଟକ ଚୌଦ୍ୱାରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇ ନିଜର ଚିକିତ୍ସା କରାଉଛନ୍ତି । ସେ ଓଡ଼ିଆ ସିନେ ଜଗତରେ ଅନେକ ସଙ୍ଗୀତରେ ନିର୍ଦ୍ଦେଶନା କରି ଚାରିଆଡେ ପ୍ରଶଂସାର ପାତ୍ର ପାଲଟିଯାଇଛନ୍ତି । ‘ମୁଁ ତୁମକୁ ଭଲ ପାଏ’, ‘ଗାଁ ମଝିରେ ଚାନ୍ଦିନି’, ‘ଚାଲିରେ ତୋର ପଦ୍ମ ଫୁଟେ’ ଏବଂ ‘ ଓଢଣି ଓଢଣି ନାଲି ଓଢଣି’ ଭଳି ଅନେକ ଲୋକ ପ୍ରିୟ ଗୀତରେ ସ୍ୱରୂପ ନିର୍ଦ୍ଦେଶନା କରିଛନ୍ତି ।

Get real time updates directly on you device, subscribe now.