fbpx

ସଂଗୀତ ନିର୍ଦ୍ଦେଶକ ସ୍ଵରୂପ ନାୟକଙ୍କ ପରଲୋକ

AAKASH

ଭୁବନେଶ୍ଵର: (ଓଡ଼ିଶା ଭାସ୍କର) ସଂଗୀତ ନିର୍ଦ୍ଦେଶକ ସ୍ଵରୂପ ନାୟକଙ୍କ ପରଲୋକ ଘଟିଛି । ଦୀର୍ଘଦିନ ଧରି କ୍ୟାନସରରେ ପୀଡିତ ଥିଲେ ସ୍ଵରୂପ । ବହୁ ଓଡ଼ିଆ ଚଳଚ୍ଚିତ୍ରରେ ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି ସ୍ୱରୂପ । ଓଲିଉଡକୁ ତାଙ୍କର ଥିଲା ସ୍ଵତନ୍ତ୍ର ଅବଦାନ । 41 ଚଳଚ୍ଚିତ୍ରରେ ରହିଛି ତାଙ୍କର ଅବଦାନ । ୭୬ ବର୍ଷ ବୟସରେ ତାଙ୍କର ପରଲୋକ ଘଟିଛି । ସେ ଏକାଧାରରେ ଜଣେ ସଙ୍ଗୀତକାର, ଗୀତିକାର, ପ୍ରଚ୍ଛଦପଟ୍ଟ ଗାୟକ ଓ ଅଭିନେତା ଥିଲେ । ୧୯୪୭ ମସିହା ଫେବ୍ରୁଆରୀ ୮ ତାରିଖରେ ଜନ୍ମ ହୋଇଥିଲେ ସ୍ୱରୂପ ।

ସେ ଏବେ ଯାଏଁ ୩୦ଟି ଚଳଚ୍ଚିତ୍ର ପାଇଁ ଗୀତ ଲେଖିଥିଲେ । ୬ଟି ଚଳଚ୍ଚିତ୍ରରେ ସେ ଅଭିନୟ କରିଛନ୍ତି। ସେହିପରି ୬ଟି ଚଳଚ୍ଚିତ୍ରରେ ଗୀତ ଗାଇ ଥିଲେ । ୧୯୬୨ ମସିହାରେ ରିଲିଜ ହୋଇଥିବା ‘ଜୟଦେବ’ ଚଳଚ୍ଚିତ୍ରରେ ସେ ଶିଶୁ କଳାକାର ଭାବେ ଅଭିନୟ କରିଥିଲେ । ୧୯୮୪ ମସିହାର ଓଡ଼ିଆ ଚଳଚ୍ଚିତ୍ର ‘ହୀରାଲୀଳା’ରେ ସେ ପ୍ରଥମେ ସଙ୍ଗୀତ ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରିଥିଲେ ।

Get real time updates directly on you device, subscribe now.