ନୈନିତାଲ ବ୍ୟାଙ୍କରେ କିରାଣୀ ନିଯୁକ୍ତି ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ

ନୂଆଦିଲ୍ଲୀ: ବ୍ୟାଙ୍କିଂ ସେକ୍ଟରରେ କ୍ୟାରିୟର ଗଢ଼ିବାକୁ ଇଚ୍ଛୁକ ଥିବା ସମସ୍ତ ପ୍ରାର୍ଥୀଙ୍କ ପାଇଁ ଆସିଛି ଏକ ବଡ଼ ସୁଯୋଗ । ନୈନିତାଲ ବ୍ୟାଙ୍କରେ କିରାଣୀ ପଦରେ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ମୋଟ ୨୫ଟି କ୍ଲର୍କ ପଦରେ ଯୋଗ୍ୟ ପ୍ରାର୍ଥୀଙ୍କୁ ନିଯୁକ୍ତି ଦିଆଯିବ । ଉତ୍ତରାଖଣ୍ଡ, ଉତ୍ତରପ୍ରଦେଶ, ହରିୟାଣା, ଦିଲ୍ଲୀ ଓ ରାଜସ୍ଥାନର ବିଭିନ୍ନ ବ୍ୟାଙ୍କିଂ ଶାଖାମାନଙ୍କରେ ଯୋଗ୍ୟ ପ୍ରାର୍ଥୀଙ୍କୁ ନିଯୁକ୍ତି ଦିଆଯିବ । ତଳେ ଦିଆଯାଇଥିବା ଲିଙ୍କକୁ ଯାଇ ପ୍ରାର୍ଥୀମାନେ ଆବେଦନ କରିବା ସହ ନିଯୁକ୍ତି ସମ୍ପର୍କିତ ସବିଶେଷ ତଥ୍ୟ ପାଇ ପାରିବେ ।

ଡିସେମ୍ବର ୪ରୁ ଏଥିପାଇଁ ଅନଲାଇନ୍ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ଆସନ୍ତା ୨୨ରେ ତାହା ସମାପ୍ତ ହେବ । ଏହି ଅବଧି ମଧ୍ୟରେ ପେମେଣ୍ଟ ଗ୍ରହଣ କରାଯିବ । ଆସନ୍ତା ବର୍ଷ ଜାନୁଆରୀ ମାସରେ ପରୀକ୍ଷା ହେବାର ସମ୍ଭାବନା ରହିଛି । ଚଳିତ ବର୍ଷ ଅକ୍ଟୋବର ମାସ ୩୧ ତାରିଖ ସୁଦ୍ଧା ପ୍ରାର୍ଥୀଙ୍କର ବୟସ ଯୋଗ୍ୟତା ୨୧ରୁ ୩୨ ବର୍ଷ ମଧ୍ୟରେ ରହିଥିବା ଆବଶ୍ୟକ । ବୟସ କୋହଳ ନିୟମ ଅନୁଯାୟୀ ଧାର୍ଯ୍ୟ କରାଯିବ । ପ୍ରାର୍ଥୀଙ୍କର ଶିକ୍ଷାଗତ ଯୋଗ୍ୟତା ସ୍ନାତକ / ସ୍ନାତକୋତ୍ତର ରହିଥିବା ଆବଶ୍ୟକ । ମୋଟ ୨୫ଟି ପଦ ଖାଲି ରହିଛି ।

ଅନଲାଇନ୍ ଆବେଦନ ଲିଙ୍କ: https://ibpsonline.ibps.in/nblcnov24/

ନୋଟିଫିକେସନ ଲିଙ୍କ: https://www.bankersadda.com/wp-content/uploads/multisite/2024/08/03215833/Nainital-Bank-Clerk-Recruitment-2024-Notification-1.pdf