fbpx

କାଲି ମୁଖ୍ୟମନ୍ତ୍ରୀମାନଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, ୧୦ା୫: ସୋମବାର ବିଭିନ୍ନ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କରୋନା ସ୍ଥିତି ସମ୍ପର୍କରେ ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ ଆଲୋଚନା କରିବେ । ଅପରାହ୍ନ ୩ଟା ସମୟରେ ଏହି ଆଲୋଚନା ହୋଇପାରେ । ଏହି ଆଲୋଚନା ସମୟରେ ମୁଖ୍ୟମନ୍ତ୍ରୀମାନେ ନିଜ ନିଜ ରାଜ୍ୟର କରୋନା ସ୍ଥିତି ସମ୍ପର୍କରେ ପ୍ରଧାନମନ୍ତ୍ରୀଙ୍କୁ ଅବଗତ କରାଇବେ । ଲକଡାଉନ୍ ଅବଧି ନେଇ ମଧ୍ୟ ଏହି ଅବସରରେ ଆଲୋଚନା ହୋଇପାରେ ବୋଲି ସୂଚନା ମିଳିଛି । ପ୍ରକାଶଯୋଗ୍ୟ, କରୋନା ସ୍ଥିତି ସମୀକ୍ଷା ନେଇ ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏହା ପଞ୍ଚମ ବୈଠକ । ଲକଡାଉନ୍ ଅବଧି ବୃଦ୍ଧି ପୂର୍ବରୁ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦି ମୁଖ୍ୟମନ୍ତ୍ରୀମାନଙ୍କ ସହ ଆଲୋଚନା କରିଥିଲେ । ପ୍ରକାଶଯୋଗ୍ୟ, କରୋନା ସଂକ୍ରମଣ ପ୍ରତିହତ କରିବା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଭରପୁର ପ୍ରୟାସ ଜାରି ରଖିଛନ୍ତି । କେନ୍ଦ୍ର ସରକାର ଓ ରାଜ୍ୟ ସରକାରମାନଙ୍କ ପକ୍ଷରୁ ଏନେଇ ବିଭିନ୍ନ ପଦକ୍ଷେପ ନିଆଯାଉଛି ।

Get real time updates directly on you device, subscribe now.