ନୂଆଦିଲ୍ଲୀ, ୨୪ା୩: ସାରା ବିଶ୍ୱରେ କରୋନା ଭାଇରସ୍ କାୟା ବିସ୍ତାର କରିବାରେ ଲାଗିଛି । ସମସ୍ତଙ୍କ ମୁଣ୍ଡ ବିନ୍ଧାର କାରଣ ପାଲଟିଛି କରୋନା । ଏହାରି ମଧ୍ୟରେ କରୋନା ନେଇ ପୁଣି ଦେଶବାସୀଙ୍କୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆଜି ରାତି ୮ଟାରେ ଦେଶବାସୀଙ୍କୁ ସମ୍ବୋଧନ କରିବେ । ଟ୍ୱିଟ୍ ଯୋଗେ ପ୍ରଧାନମନ୍ତ୍ରୀ ଏନେଇ ସୂଚନା ଦେଇଛନ୍ତି । ପୁଣିଥରେ ବଡ଼ ଘୋଷଣା ହୋଇପାରେ ବୋଲି ଚର୍ଚ୍ଚା ଜୋର ଧରିଛି ।
वैश्विक महामारी कोरोना वायरस के बढ़ते प्रकोप के संबंध में कुछ महत्वपूर्ण बातें देशवासियों के साथ साझा करूंगा। आज, 24 मार्च रात 8 बजे देश को संबोधित करूंगा।
Will address the nation at 8 PM today, 24th March 2020, on vital aspects relating to the menace of COVID-19.
— Narendra Modi (@narendramodi) March 24, 2020