fbpx

ଗୁରୁଙ୍କୁ ସମ୍ମାନ: ଓଡ଼ିଶାର ୨ ଶିକ୍ଷକଙ୍କ ସମେତ ୪୪ ଜଣଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ପୁରସ୍କାର

ନୂଆଦିଲ୍ଲୀ: ଆଜି ହେଉଛି ପବିତ୍ର ଗୁରୁଦିବସ । ଏହି ଅବସରରେ ଓଡ଼ିଶାର ଦୁଇ ଜଣ ଶିକ୍ଷକଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ପୁରସ୍କାର ଦ୍ୱାରା ସମ୍ମାନିତ କରାଯାଇଛି । ଏଥିରେ ଓଡ଼ିଶାର ଦୁଇ ଜଣ ଶିକ୍ଷକଙ୍କ ସମେତ ୪୪ ଜଣଙ୍କୁ ଶ୍ରେଷ୍ଠ ଶିକ୍ଷକ ଭାବରେ ସମ୍ମାନିତ କରାଯାଇଛି । ଭଦ୍ରକ ଜିଲ୍ଲା ସ୍କୁଲର ଶିକ୍ଷକ ଅଶୋକ କୁମାର ଶତପଥୀଙ୍କୁ ଓ ଗଞ୍ଜାମ କଣମଣା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ଅଜିତ୍ ସେଠୀ, ଶ୍ରେଷ୍ଠ ଶିକ୍ଷକ ଭାବରେ ସମ୍ମାନିତ ହୋଇଛନ୍ତି । ରାଷ୍ଟ୍ରୀୟ ଶିକ୍ଷକ ପୁରସ୍କାର-୨୦୨୧ ସମ୍ମାନରେ ସମ୍ମାନିତ କରିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଭର୍ଚୁଆଲ ମାଧ୍ୟମରେ ହୋଇଥିବା ଉତ୍ସବରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏଥିରେ ଉପସ୍ଥିତ ଥିଲେ ।

Get real time updates directly on you device, subscribe now.