fbpx

୫ଟି ଅନ୍‌ଲାଇନ ସେବାର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର  , ୨୫ ।୨(ଓଡିଶା ଭାସ୍କର):ମହିଳା ଓ ଶିଶୁ ବିକାଶ ବିଭାଗର ୫ଟି ଅନ୍‌ଲାଇନ ସେବାର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
ମମତା ଆପ୍, ଇ-କଳିକା ଆପ୍, ମୋ ଛତୁଆ ଆପ୍ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ । ମୋ ଶିଶୁ ଓ ଇ-ମାନଦେୟ ୱେବ୍‌ସାଇଟ୍ ବି ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ ।

ଏହି ଅବସର ରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ମହିଳା ସଶକ୍ତିକରଣ ଓ ଶିଶୁମାନଙ୍କ କଲ୍ୟାଣକୁ ପ୍ରାଥମିକତା ଦେଇଛନ୍ତି । ରାଜ୍ୟ ସରକାର ୨୦ ବର୍ଷ ଧରି ପ୍ରାଥମିକତା ଦେଇ କାର୍ଯ୍ୟ କରୁଛନ୍ତି । ମିଶନ ଶକ୍ତି କାର୍ଯ୍ୟକ୍ରମ ଜରିଆରେ ୭୦ ଲକ୍ଷ ମହିଳାଙ୍କୁ ସଶକ୍ତ କରାଯାଇଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

Get real time updates directly on you device, subscribe now.