fbpx

ପହଣ୍ଡି ଅଘଟଣକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖିଲେ ନବୀନ

ଭୁବନେଶ୍ୱର: (ଓଡ଼ିଶା ଭାସ୍କର) ପହଣ୍ଡି ଅଘଟଣକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖିଲେ ନବୀନ । ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ‘ପହଣ୍ଡି ଅଘଟଣ ସାରା ବିଶ୍ବର ଜଗନ୍ନାଥ ପ୍ରେମୀଙ୍କୁ ବ୍ୟଥିତ କରିଛି । ମୁଁ ମଧ୍ୟ ଏହି ଘଟଣା ପାଇଁ ଅତ୍ୟନ୍ତ ମର୍ମାହତ ।

ରଥଯାତ୍ରାର ହଜାର ହଜାର ବର୍ଷର ପରମ୍ପରାରେ ଏଭଳି ଘଟିନଥିଲା । ଏଭଳି ସ୍ପର୍ଶକାତର ବିଷୟରେ କିଛି ମନ୍ତ୍ରୀଙ୍କ ମନ୍ତବ୍ୟ । ଦୁଃଖକୁ ଦ୍ୱିଗୁଣିତ କରିଛି । ଯେମିତି ଏହାର ପୁନରାବୃତ୍ତି ନହେବ, ଏହା ସୁନିଶ୍ଚିତ କରିବାକୁ ଅନୁରୋଧ । ଆପଣଙ୍କ ଦୃଷ୍ଟାନ୍ତମୂଳକ ପଦକ୍ଷେପ ଭକ୍ତଙ୍କୁ ଆଶ୍ୱସ୍ତ କରିବାରେ ସହାୟକ ହେବ ।’ ଏପରି ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠିରେ ଲେଖିଛନ୍ତି ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

Get real time updates directly on you device, subscribe now.