fbpx

ଦଶମ ଶ୍ରେଣୀ ବୋର୍ଡ଼ ପରୀକ୍ଷାର୍ଥୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଆନ୍ତରିକ ଶୁଭେଚ୍ଛା

ଭୁବନେଶ୍ୱର, ୧୯ା୨(ଓଡ଼ିଶା ଭାସ୍କର): ଚଳିତବର୍ଷର ଆଜିଠାରୁ ଆରମ୍ଭ ହୋଇଛି ଦଶମ ଶ୍ରେଣୀ ବୋର୍ଡ଼ ପରୀକ୍ଷା । ପ୍ରଥମ ଦିନରେ ମାତୃଭାଷା ପରୀକ୍ଷା ଦେଉଛନ୍ତି ଛାତ୍ରଛାତ୍ରୀ । ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଶମ ବୋର୍ଡ଼ ପରୀକ୍ଷା ଦେଉଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ଆନ୍ତରିକ ଶୁଭେଚ୍ଛା ଜଣାଇଛନ୍ତି । ଏହାସହ ସେ ପିଲାମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତ ସହ ସଫଳତା କାମନା କରିଛନ୍ତି ।

ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଚଳିତବର୍ଷ ଦଣମ ଶ୍ରେଣୀ ବୋର୍ଡ଼ ପରୀକ୍ଷା ଦେଉଥିବା ପରୀକ୍ଷାର୍ଥୀମାନଙ୍କୁ ହାର୍ଦ୍ଦିକ ଶୁଭକାମନା ଜଣାଇଛନ୍ତି । ଏହାସହ ସେ ଛାତ୍ରଛାତ୍ରୀଙ୍କ ସଫଳତା କାମନା ମଧ୍ୟ କରିଛନ୍ତି ।

ଦଶମ ଶ୍ରେଣୀ ବୋର୍ଡ଼ ପରୀକ୍ଷାରେ ୫ଲକ୍ଷ ୬୦ହଜାର ୯୦୫ ଛାତ୍ରଛାତ୍ରୀ ପରୀକ୍ଷା ଦେଉଛନ୍ତି । ୨୮୮୮ ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଅନୁଷ୍ଠିତ ହେଉଛି । ଆଜି ଦିନ ୧୦ଟାରୁ ୧୨ଟା ୩୦ ଯାଏଁ ପରୀକ୍ଷା ଚାଲିବ । ଏହାସହ ମାଟ୍ରିକ ପରୀକ୍ଷା ପାଇଁ ବୋର୍ଡ଼ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ହୋଇଛି ।

Get real time updates directly on you device, subscribe now.