fbpx

News across the Earth, news close to your heart, Read Odisha Bhaskar English

ପାରଳା ମହାରାଜା ଗୋପୀନାଥ ଗଜପତିଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୦ା୧(ଓଡ଼ିଶା ଭାସ୍କର): ପାରଳାଖେମୁଣ୍ଡି ମହାରାଜା ଗୋପୀନାଥ ଗଜପତିଙ୍କ ପରଲୋକରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶୋକ ସନ୍ତପ ପରିବାରକୁ ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ଏହାସହ ତାଙ୍କ ପରଲୋକ ଓଡ଼ିଶା ପାଇଁ ବଡ଼ କ୍ଷତି ବୋଲି ନବୀନ କହିଛନ୍ତି ।

ମୁଖ୍ୟମନ୍ତ୍ରୀଙ୍କ ବ୍ୟତୀତ ଶେଷ ଦର୍ଶନ ସହ ଶୋକ ପ୍ରକାଶ କରିଛନ୍ତି ପୁରୀ ଗଜପତି ମହାରାଜା । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଶୋକ ପ୍ରକାଶ କରିବା ସହ ତାଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି । ଏହାସହ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ବିଧାୟକ ଅନନ୍ତ ଜେନା ଓ ପ୍ରଣବ ପ୍ରକାଶ ଦାସ, ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ, ବିଜେପି ରାଜ୍ୟ ସଭାପତି ବସନ୍ତ ପଣ୍ଡା, ସାଂସଦ ସଙ୍ଗୀତା କୁମାରୀ ସିଂହଦେଓ, ପୂର୍ବାତନ ବିଧାୟକ ଦଳ ନେତା କନକ ବର୍ଦ୍ଧନ ସିଂହଦେଓ ଶେଷ ଦର୍ଶନ କରିବା ସାଙ୍ଗକୁ ତାଙ୍କ ପରଲୋକରେ ଶୋକ ପ୍ରକାଶ କରିଛନ୍ତି ।

ଆଜି ପାରଖେମୁଣ୍ଡି ମହାରାଜା ଗୋପିନାଥ ଗଜପତିଙ୍କ ପରଲୋକ ଘଟିଛି । ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ତାଙ୍କ ପରଲୋକ ଘଟିଛି । ଅସୁସ୍ଥତା ଯୋଗୁଁ ଦୀର୍ଘଦିନ ଧରି ଚିକିତ୍ସିତ ହେଉଥିଲେ । ବ୍ରହ୍ମପୁରରୁ ୨ଥର ଲୋକସଭା ସାଂସଦ ଥିଲେ ପାରଳା ମହାରାଜା ।

Get real time updates directly on you device, subscribe now.