ନବୀନଙ୍କ ନବମ ଇନିଂସ୍, ନବମ ଥର ପାଇଁ ଧରିଲେ ବିଜେଡି ମଙ୍ଗ
ନିଦ୍ୱର୍ନ୍ଦ୍ୱରେ ସଭାପତି ଭାବେ ନିର୍ବାଚିତ ହେଲେ ନବୀନ ପଟ୍ଟନାୟକ। ବିଧିବଦ୍ଧ ଭାବେ ବିଜେଡି ସଭାପତିଙ୍କ ନାମ ଘୋଷଣା କରାଯାଇଛି।
ଭୁବନେଶ୍ୱର: ପୁଣି ବିଜେଡିର ମଙ୍ଗ ଧରିଲେ ନବୀନ ପଟ୍ଟନାୟକ। ନବମ ଥର ପାଇଁ ବିଜେଡି ସଭାପତି ହୋଇଛନ୍ତି ନବୀନ ପଟ୍ଟନାୟକ। ନିଦ୍ୱର୍ନ୍ଦ୍ୱରେ ସଭାପତି ଭାବେ ନିର୍ବାଚିତ ହେଲେ ନବୀନ ପଟ୍ଟନାୟକ। ବିଧିବଦ୍ଧ ଭାବେ ବିଜେଡି ସଭାପତିଙ୍କ ନାମ ଘୋଷଣା କରାଯାଇଛି।
ଏହି ଘୋଷଣା କଲେ ବିଜେଡି ରାଜ୍ୟ ନିର୍ବାଚନ ଅଧିକାରୀ। ଖଙ୍ଖ ଭବନରେ ସଭାପତିଙ୍କ ନାଁ ଘୋଷଣା କରାଯାଇଥିଲା। ଖଣ୍ଡୁଆପାଟ ଦେଇ ନବୀନ ପଟ୍ଟନାୟକଙ୍କ ସ୍ୱାଗତ କଲେ ଦଳୀୟ କର୍ମୀ।
ନବୀନ ପଟ୍ଟନାୟକ ବିଜେଡି ସାଂଗଠନିକ ନିର୍ବାଚନରେ ନିର୍ବାଚିତ ହୋଇଛନ୍ତି। ଏକମାତ୍ର ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କରିଥିଲେ ନବୀନ ପଟ୍ଟନାୟକ।
ଶଙ୍ଖ ଭବନରେ ଏହି କାର୍ଯ୍ୟକ୍ରମ ଆୟୋଜନ ହୋଇଥିବା ବେଳେ ଅନେକ ବିଜେଡି ନେତା ଓ କର୍ମୀ ଏଥିରେ ଯୋଗ ଦେଇଥିଲେ।