fbpx

ସଂସଦ ଭବନରେ ପହଁଚିଲେ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ

ନୁଆଦିଲ୍ଲୀ(ଓଡ଼ିଶା ଭାସ୍କର): ନାମାଙ୍କନପତ୍ର ଦାଖଲ କରିବାକୁ ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ସଂସଦ ଭବନରେ ପହଞ୍ଚିଲେ। ମୁର୍ମୁଙ୍କ ନାମାଙ୍କନପତ୍ର ଦାଖଲ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା ଉପସ୍ଥିତ ରହିବେ। ଏଥି ସହତ ବିଜେପି ଶାସିତ ରାଜ୍ୟର ସମସ୍ତ ମୁଖ୍ୟମନ୍ତ୍ରୀମାନେ ମଧ୍ୟ ଉପସ୍ଥିତ ରହିବେ। ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗି ଆଦିତ୍ୟନାଥ, ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମୀ, କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ଆଦି ନାମାଙ୍କନପତ୍ର ଦାଖଲ ସମୟରେ ଉପସ୍ଥିତ ରହିବେ। ନାମାଙ୍କନ ଦାଖଲ ସମୟରେ ଓଡ଼ିଶାର କିଛି ବିଧାୟକ ଏବଂ ସଂସଦ ମଧ୍ୟ ଉପସ୍ଥିତ ରହିବେ।

Get real time updates directly on you device, subscribe now.