ପାଖ ମାଡିବେନି ପେଟ୍ରୋଲ ପମ୍ପ, ବଢୁଥିବା ପେଟ୍ରୋଲ ଡିଜେଲ ଦାମ୍ ଶୁଣିଲେ ବ୍ୟବହାର କରିବେନି ଗାଡି଼, କାହିଁକି…

ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୪ ଟଙ୍କା ୭୭ ପଇସା ଓ ଡିଜେଲ ଦର ୮୭ ଟଙ୍କା ୬୭ ପଇସା ହୋଇଛି । ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୩ ଟଙ୍କା ୫୦ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୦.୦୩ ଟଙ୍କା ରହିଛି ।

ଓଡ଼ିଶା ଭାସ୍କର: ପ୍ରମୁଖ ସହର ଗୁଡିକରେ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ପରିବର୍ତ୍ତନ ହୋଇଛି । କିଛି ସହରରେ ଦାମ ଅପରିବର୍ତ୍ତିତ ରହିଛି । ପ୍ରତିଦିନ ତେଲର ନୂଆ ଦର ନିର୍ଦ୍ଧାରଣ କରାଯାଇଥାଏ । ଆଉ ସେହି ଅନୁଯାୟୀ ଦେଶ ତଥା ରାଜ୍ୟମାନଙ୍କରେ ତୈଳ ଦର ନିର୍ଦ୍ଧାରଣ କରାଯାଇଥାଏ ।

ଆଜି ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୧ . ୦୬ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୨.୭୪ ପଇସା ରହିଛି ।

ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୪ ଟଙ୍କା ୭୭ ପଇସା ଓ ଡିଜେଲ ଦର ୮୭ ଟଙ୍କା ୬୭ ପଇସା ହୋଇଛି । ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୩ ଟଙ୍କା ୫୦ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୦.୦୩ ଟଙ୍କା ରହିଛି ।

ପଢ଼ନ୍ତୁ ଅଧିକ ଖବର…ନିଆଁ ଭଳି ବଢ଼ି ବଢ଼ି ଚାଲିଛି ସୁନାଦର, ଏବେ ଏତେ ବଢ଼ିଲାଣି, ଆଗକୁ ଛୁଇଁବା ବି ହେବ ମୁସ୍କିଲ, କାରଣ…

ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୫. ୪୧ ଟଙ୍କା ଥିବାବେଳେ ଡିଜେଲ ଦର ୯୨ ଟଙ୍କା ୦୨ ପଇସା ରହିଛି । ଚେନ୍ନାଇରେ ପେଟ୍ରୋଲ ଦର ୧୦୦ ଟଙ୍କା ୮୦ ପଇସା ଥିବା ବେଳେ ଡିଜେଲ ଦାମ ୯୨ ଟଙ୍କା ୩୯ ପଇସା ରହିଛି ।

ପ୍ରତ୍ୟେକ ଦିନ ସକାଳ ୬ଟାରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ । ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ । ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ ।