fbpx

୬ ଶହ ନିଟକତର କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଆଜି ରାଜ୍ୟରୁ ଚିହ୍ନଟ ହେଲେ ୫୮୮ ପଜିଟିଭ୍, ଜାଣନ୍ତୁ କେଉଁଠୁ କେତେ

ଭୁବନେଶ୍ୱର, ୬ା୪ (ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଦିନକୁ ଦିନ ନୂଆ ସଂକ୍ରମିତଙ୍କ ଚିହ୍ନଟ ହେବା ପ୍ରଶାସନ ଓ ଜନସାଧାରଣଙ୍କୁ ଚିନ୍ତାରେ ପକାଇଛି । ଏହା ମଧ୍ୟରେ ଆଜି ପୁଣି ୫୮୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୩୪୨ ଓ ସ୍ଥାନୀୟ ଅଞ୍ଚଳରୁ ୨୪୬ ଜଣ ଚିହ୍ନଟ ହୋଇଛନ୍ତି ।

ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୪୩ ହଜାର ୮୫୬ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୩ ଲକ୍ଷ ୩୮ ହଜାର ୧୫୦ ରହିଥିବା ବେଳେ ୩୭୩୧ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୦୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.