fbpx

ଘୋଷଣା ହେଲା ନିଟ୍ ପ୍ରବେଶିକା ତାରିଖ; ଜାଣନ୍ତୁ କେବେ ହେବ ପରୀକ୍ଷା

ଭୁବନେଶ୍ୱର (ଓଡ଼ିଶା ଭାସ୍କର): କେନ୍ଦ୍ର ଉଚ୍ଚଶିକ୍ଷା ମନ୍ତ୍ରାଳୟ ପକ୍ଷରୁ ସୋମବାର ମେଡିକାଲ ପ୍ରବେଶିକା ପରୀକ୍ଷା ନିଟ ପାଇଁ ତାରିଖ ଘୋଷଣା କରାଯାଇଛି । ଆସନ୍ତା ସେପ୍ଟେମ୍ବର ୧୨ ତାରିଖରେ ନିଟ୍ ପରୀକ୍ଷା ହେବ ବୋଲି ସୂଚନା ମିଳିଛି । କେନ୍ଦ୍ର ଉଚ୍ଚଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହି ପରୀକ୍ଷା ତାରିଖ ଘୋଷଣା କରିଛନ୍ତି । ନବନିଯୁକ୍ତ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟ୍ୱିଟ୍ କରି ପରୀକ୍ଷା ତାରିଖ ଘୋଷଣା କରିଛନ୍ତି । ସମ୍ପୂର୍ଣ୍ଣ କରୋନା ଗାଇଡଲାଇନ ମାନି ଏହି ପରୀକ୍ଷା କରାଯିବ ବୋଲି ଏନଟିଏ ପକ୍ଷରୁ ଘୋଷଣା କରାଯାଇଛି ।

ମଙ୍ଗଳବାର ସନ୍ଧ୍ୟା ୫ଟାରୁ ଛାତ୍ରଛାତ୍ରୀ ମାନେ ଆବେଦନ କରିପାରିବେ । ଏନଟିଏର ଅଫିସିଆଲ ୱେବସାଇଟରୁ ଛାତ୍ରଛାତ୍ରୀ ଆବେଦନ କରିପାରିବେ । ଦେଶର ସମୁଦାୟ ୧୯୮ ସହରରେ ଏହି ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ ବୋଲି ଜଣାପଡିଛି । ୨୦୨୦ରେ ୧୫୫ଟି ସହରରେ ଏହି ପରୀକ୍ଷା ଅନୁଷ୍ଠିତ ହୋଇଥିଲା । ସେହିପରି ପରୀକ୍ଷା ସେଣ୍ଟର ସଂଖ୍ୟା ମଧ୍ୟ ବୃଦ୍ଧି କରାଯିବ ଯାହାକି ୨୦୨୦ରେ ୩୮୬୨ ରହିଥିଲା ।

Get real time updates directly on you device, subscribe now.