fbpx

ବଡ ଖବର: ରାଜ୍ୟରେ ଆଜି ପୁଣି ୪୯୪ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର,୧୬ ।୭(ଓଡିଶା ଭାସ୍କର): ସାରା ରାଜ୍ୟରେ ହୁ ହୁ ହୋଇ ବଢିଚାଲିଛି କରୋନା ମହାମାରୀ । ଏହାରି ମଧ୍ୟରେ ରାଜ୍ୟରେ ଆଜି ପୁଣି ୪୯୪ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩୨୨ ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୭୨ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫,୩୯୨ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଗଞ୍ଜାମରେ ସର୍ବାଧିକ ୨୪୬ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ଖୋର୍ଦ୍ଧାରୁ ୬୪, କଟକରୁ ୩୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ବାଲେଶ୍ବର ୨୧, ନୟାଗଡ଼ ୧୬, ଯାଜପୁରରୁ ୧୫ ଜଣ, ମୟୂରଭଞ୍ଜ ୧୪, କେନ୍ଦ୍ରାପଡ଼ା ୧୧, ସୁନ୍ଦରଗଡ଼ରୁ ୧୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ନୂଆପଡ଼ା ୯, ପୁରୀ ଓ ଭଦ୍ରକରୁ ୭ ଜଣ ଲେଖାଏଁ ଚିହ୍ନଟ ସମ୍ବଲପୁର, ନବରଙ୍ଗପୁର, ମାଲକାନଗିରି, କୋରାପୁଟରୁ ୪-୪ ପଜିଟିଭ, ବଲାଙ୍ଗିରରୁ ୩, ବୌଦ୍ଧ ଓ କଳାହାଣ୍ଡିରୁ ୨ ଜଣ ଲେଖାଏଁ, ରାୟଗଡ଼ା, ଜଗତସିଂହପୁର ଓ ଅନୁଗୁଳରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Get real time updates directly on you device, subscribe now.