fbpx

ଚିନ୍ତାରେ ଓଡ଼ିଶା ସରକାର: କରୋନା ପାଇଁ ଆସିବ ନୂଆ ଗାଇଡ଼ଲାଇନ୍

ଭୁବନେଶ୍ୱର: ସାରା ଦେଶରେ କରୋନା ସଂକ୍ରମଣ ପୁଣି ଥରେ ବୃଦ୍ଧି ପାଉଥିବାରୁ ରାଜ୍ୟ ସରକାର ଚିନ୍ତାପ୍ରକଟ କରିଛନ୍ତି । ଏହିକ୍ରମରେ ସ୍ୱାସ୍ଥ୍ୟବିଭାଗ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି । ଆସନ୍ତା ସୋମବାର କରୋନା ସଂକ୍ରାନ୍ତୀୟ ଏକ ଉଚ୍ଚସ୍ତରୀୟ ବୈଠକ ସ୍ୱାସ୍ଥ୍ୟମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ ।

ଏହି ବୈଠକରେ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର, ଆର୍ଏମ୍ଆର୍ସି ନିର୍ଦ୍ଦେଶିକା ସଂଘମିତ୍ରା ପତି ମଧ୍ୟ ଯୋଗ ଦେବେ । ଯଦିଓ ରାଜ୍ୟରେ କରୋନା ସ୍ଥିତି ସମ୍ପୂର୍ଣ୍ଣ ନିୟନ୍ତ୍ରଣରେ ରହିଛି ତେବେ ଦେଶରେ ଏହା ବୃଦ୍ଧି ପାଉଥିବାରୁ ସ୍ୱାସ୍ଥ୍ୟ ବିଭାଗ ସତର୍କ ହୋଇଛି ।

ସର୍ଭେଲାନ୍ସ, ଟ୍ରାକିଂ ଓ ଟେଷ୍ଟିଂକୁ ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି । କରୋନା ମୁକାବିଲା ପାଇଁ ସମସ୍ତ ଭିତ୍ତିଭୂମି ପ୍ରସ୍ତୁତ ହୋଇ ରହିଥିବା ସରକାରଙ୍କ ପକ୍ଷରୁ କୁହାଯାଇଛି । ଲୋକମାନେ ଭୟଭୀତ ନ ହୋଇ ସତର୍କ ରହିବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.