fbpx

ବଢ଼ିଲା ବର୍ଷା ହେବାର ସମ୍ଭାବନା ତାରିଖ, ନୂଆ ଅପଡେଟ ସହ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର; ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଲାଗି ରହିଛି । ସେପଟେ ମୌସୁମୀ ନିମ୍ନଚାପ ରେଖାର ପଶ୍ଚିମ ଭାଗ ହିମାଳୟର ପାଦଦେଶରେ ଅବସ୍ଥାନ କରୁଥିବା ବେଳେ ଆଜି ପୂର୍ବ ଭାଗ ଉତ୍ତରପ୍ରଦେଶର ଗୋରଖପୁରରୁ ବାହାରି ପାଟନା, ବାଙ୍କୁରା ମଧ୍ୟ ଦେଇ ପଶ୍ଚିମବଙ୍ଗର ଦିଘାରୁ ଦକ୍ଷିଣପୂର୍ବ ଦିଗରେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଯାଏଁ ଲମ୍ବିଛି । ଯାହା ଫଳରେ ରାଜ୍ୟର ବିଭିନ୍ନ ସ୍ଥାନରେ ଆଜି ବର୍ଷା ହୋଇଥିବା ଦେଖା ଯାଇଛି । ସେହିପରି ଆସନ୍ତା ଦୁଇ ଦିନ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସାଙ୍ଗକୁ ଘଡ଼ଘଡ଼ି ଓ ବଜ୍ରପାତ ହେବା ଆଶଙ୍କା କରି ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭାରତୀୟ ପାଣିପାଗ ବିଭାଗ । ଆସନ୍ତା ୨୭ ତାରିଖ ଠାରୁ ବର୍ଷାର ପ୍ରକୋପ କମିବ ବୋଲି ପୂର୍ବାନୁମାନ କରାଯାଇଛି ।

ଭାରତ ପାଣିପାଗ ବିଭାଗ (ଆଇଏମଡି) ସୂଚନା ଅନୁଯାୟୀ ଶନିବାର ଦିନ ସକାଳ ୮.୩୦ ପର୍ଯ୍ୟନ୍ତ କେନ୍ଦୁଝର, ଅନୁଗୁଳ, ମୟୂରଭଞ୍ଜ, ବାଲେଶ୍ୱର, ରାୟଗଡା, କୋରାପୁଟ ଏବଂ ଗଜପତିର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଅନ୍ୟପଟେ କଟକ, ଯାଜପୁର, ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, କେନ୍ଦ୍ରାପଡା, ଜଗତସିଂପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ, ଦେବଗଡ଼, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ରାୟାଗଡା, ମାଲକାନଗିରି, କନ୍ଧମାଳ, କଳାହାଣ୍ଡି ଓ କୋରାପୁଟରେ ବଜ୍ରପାତ ହେବା ଆଶଙ୍କା ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Get real time updates directly on you device, subscribe now.