fbpx

ପଞ୍ଚାୟତ ନିର୍ବାଚନ ପାଇଁ ଆସିବ ନୂଆ ନିୟମ: ଏଣିକି ଗଣତି କେନ୍ଦ୍ରରେ ସମସ୍ତଙ୍କ ଉପସ୍ଥିତିରେ ଖୋଲାଯିବ ବାଲାଟ୍ ବକ୍ସ

ଭୁବନେଶ୍ୱର(ଓଡ଼ିଶା ଭାସ୍କର):
ଭୁବନେଶ୍ୱର(ଓଡ଼ିଶା ଭାସ୍କର): ପଞ୍ଚାୟତ ନିର୍ବାଚନରେ ହିଂସା ରୋକିବାକୁ ସରକାର ନୂଆ ପଦକ୍ଷେପ ଗ୍ରହଣ କରିଛନ୍ତି । ପଞ୍ଚାୟତ ଭୋଟ ଗଣତି ନେଇ ନୂଆ ନିୟମ ଲାଗୁହେବ । ଏନେଇ ପଞ୍ଚାୟତିରାଜ ବିଭାଗ ପକ୍ଷରୁ ବିଶେଷଜ୍ଞଙ୍କ ମତାମତ ଲୋଡ଼ାଯାଇଛି । ୧୫ ଦିନ ମଧ୍ୟରେ ମତାମତ ଦେବାକୁ ସରକାରଙ୍କ ପକ୍ଷରୁ ସମୟ ନିର୍ଦ୍ଧାରଣ କରାଯାଇଥିବା ଜଣାପଡ଼ିଛି ।

ସରକାରଙ୍କ ପକ୍ଷରୁ କୁହାଯାଇଛି ଯେ, ଏଣିକି ମତଦାନ କେନ୍ଦ୍ରରେ ନୁହେଁ, କାଉଣ୍ଟିଂ ସେଣ୍ଟରରେ ଭୋଟ ଗଣତି ହେବ । ବିଧାନସଭା ଓ ଲୋକସଭା ଭଳି ପଞ୍ଚାୟତ ଭୋଟ ଗଣତିରେ ଏହି ନିୟମ ଲାଗୁ ହେବ । ଗଣତି କେନ୍ଦ୍ରରେ ସମସ୍ତଙ୍କ ଉପସ୍ଥିତିରେ ବାଲାଟ୍ ବକ୍ସ ଖୋଲାଯିବ । ପୂର୍ବ ଭଳି ଆଉ ବୁଥରେ ଭୋଟ ଗଣତି ନହୋଇ ବ୍ଲକମାନଙ୍କରେ ହେବ । ପ୍ରାର୍ଥୀ ଓ ପୁଲିସ ଏଜେଣ୍ଟଙ୍କ ଉପସ୍ଥିତିରେ ବାଲାଟ୍ ବକ୍ସକୁ ସିଲ୍ କରାଯିବ । ଜିଲ୍ଲା ପରିଷଦ ନିର୍ବାଚନରେ ମଧ୍ୟ ଏହି ନୂଆ ନିୟବ ଲାଗୁ କରାଯିବ ବୋଲି କୁହାଯାଇଛି ।

Get real time updates directly on you device, subscribe now.