fbpx

ନବୀନଙ୍କ ନୂଆ ଟିମ୍: କାହାକୁ ମିଳିଲା କେଉଁ ବିଭାଗ? ଜାଣନ୍ତୁ ସଂପୂର୍ଣ୍ଣ ଲିଷ୍ଟ

ଭୁନନେଶ୍ୱରର(ଓଡ଼ିଶା ଭାସ୍କର): ନବୀନଙ୍କ ମନ୍ତ୍ରୀମଣ୍ଡଳରେ ପରିବର୍ତ୍ତନ ପରେ ୧୩ ବିଧାୟକଙ୍କୁ କ୍ୟାବିନେଟ୍ ମନ୍ତ୍ରୀ ପାହ୍ୟା ମିଳିଥିବାବେଳେ ୮ ବିଧାୟକଙ୍କୁ ରାଷ୍ଟମନ୍ତ୍ରୀ(ସ୍ୱାଧୀନ) ଦାୟିତ୍ୱ ମିଳିଛି । ଏହି ୨୧ ବିଧାୟକ ରବିବାର ଲୋକସେବା ଭବନ କନଭେନସନ ହଲରେ ମନ୍ତ୍ରୀପଦ ପାଇଁ ଶପଥ ଗ୍ରହଣ କରିଛନ୍ତି । ମାନ୍ୟବାର ବାଚସ୍ପତି ଏହି ବିଧାୟକଙ୍କମାନଙ୍କୁ ପଦ ଏବଂ ଗୋପନୀୟତାର ଶପଥପାଠ କରାଇଛନ୍ତି । ତେବେ ବର୍ତ୍ତମାନ ଏହି ମନ୍ତ୍ରୀଙ୍କ ମଧ୍ୟରେ ବିଭାଗ ବଣ୍ଟନ କରାଯାଇଛି ।

କ୍ୟାବିନେଟ୍ ମନ୍ତ୍ରୀ ଭାବରେ-

ଜଗନ୍ନାଥ ସାରକା- ଆଦିବାସୀ କଲ୍ୟାଣ, ଆଇନ ବିଭାଗ
ନିରଞ୍ଜନ ପୂଜାରୀ- ଅର୍ଥ ଓ ସଂସଦୀୟ ବ୍ୟାପାର
ପ୍ରମିଳା ମଲ୍ଲିକ- ରାଜସ୍ଵ ଓ ବିପର୍ଯ୍ୟୟ ପ୍ରଶମନ
ରଣେନ୍ଦ୍ର ପ୍ରତାପ ସ୍ଵାଇଁ- କୃଷି ଓ ମତ୍ସ୍ୟ ସମ୍ପଦ ବିଭାଗ
ଉଷା ଦେବୀ- ଗୃହ ନିର୍ମାଣ ଓ ସହରାଞ୍ଚଳ ବିକାଶ
ପ୍ରଫୁଲ୍ଲ ମଲ୍ଲିକ- ଇସ୍ପାତ ଓ ଖଣି, ପୂର୍ତ୍ତ
ପ୍ରତାପ ଦେବ- ଶିଳ୍ପ, ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ, ଶକ୍ତି
ଅତନୁ ସବ୍ୟସାଚୀ ନାୟକ- ଯୋଗାଣ, ସମବାୟ
ପ୍ରଦୀପ ଅମାତ- ଜଙ୍ଗଲ ଓ ପରିବେଶ, ପଞ୍ଚାୟତିରାଜ, ସୂଚନା ଓ ଲୋକସମ୍ପର୍କ
ନବ କିଶୋର ଦାସ- ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ
ଅଶୋକ ଚନ୍ଦ୍ର ପଣ୍ଡା- ବିଜ୍ଞାନ, ଓ ପ୍ରଯୁକ୍ତି, ଭିନ୍ନକ୍ଷମ ସଶକ୍ତିକରଣ
ଟୁକୁନି ସାହୁ- ଜଳ ସମ୍ପଦ, ବାଣିଜ୍ୟ ଓ ପରିବହନ
ରାଜେନ୍ଦ୍ର ଢୋଲକିଆ- ଯୋଜନା ଓ ସଂଯୋଜନା ବିଭାଗ ମିଳିଥିବାବେଳେ,

ରାଷ୍ଟ୍ରମନ୍ତ୍ରୀ ଭାବରେ –

ଶ୍ରୀକାନ୍ତ ସାହୁ- ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା
ତୁଷାରକାନ୍ତି ବେହେରା- ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତ, କ୍ରୀଡ଼ା ଓ ଯୁବ ସେବା
ରୋହିତ ପୂଜାରୀ- ଉଚ୍ଚ ଶିକ୍ଷା
ରୀତା ସାହୁ- ହସ୍ତତନ୍ତ ଓ ବୟନ ଶିଳ୍ପ
ବାସନ୍ତୀ ହେମ୍ଵ୍ରେମ୍- ମହିଳା ଓ ଶିଶୁ କଲ୍ୟାଣ, ମିଶନ ଶକ୍ତି
ସମୀର ରଞ୍ଜନ ଦାଶ- ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ
ଅଶ୍ଵିନୀ କୁମାର ପାତ୍ର- ପର୍ଯ୍ୟଟନ, ଓଡ଼ିଆ ଭାଷା ଓ ସଂସ୍କୃତି, ଅବକାରୀ
ପ୍ରୀତି ରଞ୍ଜନ ଘଡ଼େଇ- ଗ୍ରାମ୍ୟ ଉନ୍ନୟନ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ମିଳିଛି ।

Get real time updates directly on you device, subscribe now.