fbpx
BJD
BJD SKY
BJD SKY

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନୂଆ ଭିଡିଓ: ଲୋକଙ୍କୁ ପଚାରି ବୁଝୁଛନ୍ତି, କାମ କେମିତି ଚାଲିଛି

BJD

ଓଡ଼ିଶା ଭାସ୍କର: ଚଳିତ ସାଧାରଣ ନିର୍ବାଚନ ପୂର୍ବରୁ ନୂଆ ରୂପରେ ନଜର ଆସିଛନ୍ତି ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଖୋଦ ନିଜେ ସିଧାସଳଖ ଲୋକଙ୍କୁ କଲ୍ କରି ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କରୁଛନ୍ତି। ଯାହାର ଭିଡିଓ ଏବେ ସୋସିଆଲ ମିଡ଼ିଆରେ ଦେଖିବାକୁ ମିଳିଛି। ତେବେ ଏହି ଭିଡିଓକୁ ସୋସିଆଲ ମିଡିଆ ପ୍ଲାଟଫର୍ମ ଇନଷ୍ଟାଗ୍ରାମରେ ଅପଲୋଡ୍ କରିଛନ୍ତି ୫T ଅଧ୍ୟକ୍ଷ ଭିକେ ପାଣ୍ଡିଆନ ।

ଉକ୍ତ ଭିଡିଓରେ ଦେଖିବାକୁ ମିଳିଛି ଯେ ବିଭିନ୍ନ ଅଞ୍ଚଳରେ ଚାଲିଥିବା ସ୍କୁଲ ରୂପାନ୍ତରଣ, ମନ୍ଦିର, ବ୍ରିଜ ଆଦି ବିକାଶ ମୂଳକ କାମ କେମିତି ଚାଲିଛି ଓ ସରିଲାଣି କି ନାହିଁ ସେନେଇ ଅପଡେଟ୍ ନେଉଛନ୍ତି ନବୀନ । ଏପରିକି ପିଲାମାନେ ଖୁସି ଅଛନ୍ତି କି ବୋଲି ବି ନବୀନ ଲୋକଙ୍କୁ ପଚାରି ବୁଝୁଛନ୍ତି । ଲୋକମାନେ ବି ନବୀନଙ୍କ ପ୍ରଶ୍ନର ଉତ୍ତର ଦେଇ ବେଶ୍ ଖୁସି ପ୍ରକାଶ କରିଛନ୍ତି ।

ସୂଚନା ଥାଉକି, ନିର୍ବାଚନ ତାରିଖ ଘୋଷଣା ହେବାର ପ୍ରାୟ ଏକ ବର୍ଷ ପୂର୍ବରୁ ରାଜ୍ୟ ସରକାର ସମସ୍ତ ଜିଲାର ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟ ପାଇଁ ପାଣ୍ଠି ଘୋଷଣା କରିବା ସହ ସ୍ଥାନୀୟ କାମ ପାଇଁ ମଧ୍ୟ ଟଙ୍କା ଆବଣ୍ଟନ କରିଛନ୍ତି। ଯେଉଁ କାର୍ୟ୍ୟର ଅଗ୍ରଗତି ଏବେ ମୁଖ୍ୟମନ୍ତ୍ରୀ ସମୀକ୍ଷା କରୁଛନ୍ତି। କରୋନା ମହାମାରୀ ସମୟରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ବନ୍ଦ ରହିଥିଲା। ଯାହା ଦ୍ୱାରା ଲୋକମାନଙ୍କର ଅଭିଯୋଗ ଶୁଣାଣି ହୋଇ ପରି ନ ଥିଲା। ଏହାପରେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା ବର୍ତ୍ତମାନ ନବୀନ ଓଡ଼ିଶା ଏବଂ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ସମସ୍ତ ଜିଲା ଗସ୍ତ କରି ଲୋକ ମାନଙ୍କର ଅଭିଯୋଗ ପତ୍ର ଆଣି ପରେ ପାଣ୍ଠି ଘୋଷଣା କରିଥିଲେ। ଏବେ ଏହି ସବୁ କାର୍ଯ୍ୟର ସମୀକ୍ଷା ମୁଖ୍ୟମନ୍ତ୍ରୀ କରୁଛନ୍ତି। ଯାହା ସାଧାରଣ ଲୋକମାନଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି କରିଛି।

Get real time updates directly on you device, subscribe now.