fbpx

ସମ୍ବଲପୁରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, IIM ସ୍ଥାୟୀ କ୍ୟାମ୍ପସର କଲେ ଲୋକାର୍ପଣ

ଭୁବନେଶ୍ୱର: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶା ଗସ୍ତରେ ଆସି ସମ୍ବଲପୁରରେ ପହଞ୍ଚିଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀ ଆଜି ସେଠାରେ IIMର ସ୍ଥାୟୀ କ୍ୟାମ୍ପସର ଲୋକାର୍ପଣ କରିଛନ୍ତି । ଏହି ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ରାଜ୍ୟପାଳ ରଘୁବର ଦାସ , କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ,ଅଶ୍ୱିନୀ ବୈଷ୍ଣବ ଓ ଅନ୍ୟ ବରିଷ୍ଠ ନେତା ଓ ମନ୍ତ୍ରୀ ଉପସ୍ଥିତ ଅଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀଙ୍କ ଗସ୍ତକୁ ନେଇ IIM ର ଛାତ୍ରଛାତ୍ରୀ. କର୍ମଚାରୀ ଓ ନିର୍ଦ୍ଦେଶକଙ୍କ ମଧ୍ୟରେ ବେଶ୍ ଉତ୍ସାହ ଦେଖିବାକୁ ମିଳିଥିଲା । ଆଜି ମୋଦୀ ଓଡ଼ିଶାବାସୀଙ୍କୁ ୬୮ ହଜାର କୋଟି ଟଙ୍କାର ୧୮ ପ୍ରକଳ୍ପ ଭେଟିଦେବେ ।

Get real time updates directly on you device, subscribe now.