fbpx

ଖବରକାଗଜ ହକରଙ୍କୁ ସ୍ୱତନ୍ତ୍ର କୋଭିଡ ସହାୟତା: ୭୩୦୦ ପଞ୍ଜୀକୃତ ହକର ପାଇଲେ ୬୦୦୦ ଟଙ୍କା

Advertisement

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ଖବରକାଗଜ ହକରଙ୍କୁ ସ୍ୱତନ୍ତ୍ର କୋଭିଡ ସହାୟତା ପ୍ରଦାନ କରିଛନ୍ତି । ସେମାନଙ୍କୁ ସ୍ବତନ୍ତ୍ର କୋଭିଡ ସହାୟତା ପ୍ରଦାନ କରିବା ସହିତ ଅଣସଂଗଠିତ କ୍ଷେତ୍ର ସାମାଜିକ ସୁରକ୍ଷା ଯୋଜନାରେ ସାମିଲ କରିଛନ୍ତି । ଏହି ସହାୟତା ପାଇଁ ରାଜ୍ୟର ୭୩୦୦ ହକର ମାନଙ୍କ ପାଇଁ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଡିଜିଟାଲ ଡାଟା ବେସ୍‌ ପ୍ରସ୍ତୁତ କରାଯାଇ ପଞ୍ଜୀକୃତ କରାଯାଇଛି। ପ୍ରତ୍ୟେକ ପଞ୍ଜୀକୃତ ହକର ୬୦୦୦ ଟଙ୍କା ଲେଖାଏ ସହାୟତା ପାଇଛନ୍ତି । ସମୁଦାୟ ୪ କୋଟି ୩୮ ଲକ୍ଷ ଟଙ୍କାର ସହାୟତା ପ୍ରଦାନ କରାଯାଇଛି। ଏହା ସିଧାସଳଖ ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଯାଇଛି । ଏହି ସହାୟତା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ପ୍ରଦାନ କରାଯାଇଛି।

ସୂଚନା କ୍ରମେ, ଦୁର୍ଘଟଣାଜନିତ ମୃତ୍ୟୁ କ୍ଷେତ୍ରରେ ୨ ଲକ୍ଷ ଟଙ୍କା, ସ୍ୱାଭାବିକ ମୃତ୍ୟୁ କ୍ଷେତ୍ରରେ ୧ ଲକ୍ଷ ଟଙ୍କା ଏବଂ ଦୁର୍ଘଟଣାରେ ସଂପୂର୍ଣ୍ଣ ଅକ୍ଷମ ହୋଇଥିବା ହକର ମାନଙ୍କ ପାଇଁ ମଧ୍ୟ ସହାୟତା ବ୍ୟବସ୍ଥା କରାଯାଇଛି । ହକର ମାନେ ସୁବିଧାରେ କାମ କରିବା ପାଇଁ ଜିଲ୍ଲାସ୍ତରରେ ୱାର୍କସେଡ୍‌ ନିର୍ମାଣ କରାଯିବ ବୋଲି ମଧ୍ୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । ଦୁର୍ଘଟଣାଜନିତ ସଂପର୍ଣ୍ଣ ଅକ୍ଷମତା ଯୋଗୁ ହକର ମାନଙ୍କୁ ଦେଢ ଲକ୍ଷ ଟଙ୍କା, ଉଭୟ ଅଙ୍ଗ ହରାଇଥିବା ହକର ମାନଙ୍କୁ ୮୦ ହଜାର ଓ ଗୋଟିଏ ଅଙ୍ଗ ହରାଇଥିବା ହକର ମାନଙ୍କୁ ୪୦ ହଜାର ଟଙ୍କା ପ୍ରଦାନ କରିବା ପାଇଁ ବ୍ୟବସ୍ଥା କରାଯାଇଛି ।

 

Get real time updates directly on you device, subscribe now.