fbpx
BSKY
BJD MC SKY
BJD MS SKY

ଆହୁରି ୨ ଦିନ ବର୍ଷିବ, ୧୩ ଜିଲ୍ଲାରେ କାଳବୈଶାଖୀ ସହ କୁଆପଥର ବର୍ଷା ହେବାର ଆଶଙ୍କା

ଭୁବନେଶ୍ୱର (ଭାସ୍କର ନ୍ୟୁଜ୍‌):  ଆସନ୍ତା ୧୪ ଯାଏଁ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବର୍ଷା ହେବା ସମ୍ଭାବନା ରହିଛି । ଭୁବନେଶ୍ୱର ଆଞ୍ଚଳିକ ପାଣିାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ନୂଆପଡ଼ା, ଝାରସୁଗୁଡ଼ା, ବରଗଡ଼, ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼, ଅନୁଗୁଳ, କଳାହାଣ୍ଡି, ବଲାଙ୍ଗୀର, ସୁବର୍ଣ୍ଣପୁର, ବୌଦ୍ଧ, କନ୍ଧମାଳ ଓ ସମ୍ବଲପୁର ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ସହ କୁଆପଥର ବର୍ଷା ହେବାର ଆଶଙ୍କା ରହିଛି । ଏଥିସହ କଳାହାଣ୍ଡି, ବରଗଡ଼, ସମ୍ବଲପୁର, ଦେବଗଡ଼, ବୌଦ୍ଧ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବଲାଙ୍ଗୀର ଓ ସୁବର୍ଣ୍ଣପୁର ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହି ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ଜାନୁଆରୀ ୧୩ ତାରିଖ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ନୟାଗଡ, ଖୋର୍ଦ୍ଧା, ପୁରୀ, ଗଞ୍ଜାମ , ଗଜପତି , ମୟୁରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ସୁନ୍ଦରଗଡ ଓ କନ୍ଧମାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡଘଡି ସହ ବର୍ଷା ସମ୍ଭାବନା ରହିଛି ।

Get real time updates directly on you device, subscribe now.