fbpx

ରାଜ୍ୟରେ ୨୦ ପର୍ଯ୍ୟନ୍ତ ଘନ କୁହୁଡି ସମ୍ଭାବନା, ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର (ଭାସ୍କର ନ୍ୟୁଜ୍‌): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୯ ଜିଲ୍ଲାକୁ ଘନ କୁହୁଡ଼ି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର, ଅନୁଗୁଳ, ଢ଼େଙ୍କାନାଳ, ବୌଦ୍ଧ, ବଲାଙ୍ଗୀର, କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁର ରହିଛି ।

ସେହିପରି ଜାନୁଆରୀ ୧୮ରୁ ୧୯ ତାରିଖ ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢ଼େଙ୍କାନାଳ ଓ କଟକ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘନ କୁହୁଡି ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଜାନୁଆରୀ ୧୯ରୁ ୨୦ ତାରିଖ ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ନୟାଗଡ଼, ଢ଼େଙ୍କାନାଳ, କେନ୍ଦୁଝର, ଯାଜପୁର, ଭଦ୍ରକ, ବାଲେଶ୍ୱର ଓ କଟକ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କୁହୁଡି ସମ୍ଭାବନା ରହିଛି । ଏହି ସମୟରେ ରାସ୍ତାରେ ଗାଡ଼ି ଚଲାଇବା ବେଳେ ସାବଧାନତା ଅବଲମ୍ବନ କରିବାକୁ ବି କୁହାଯାଇଛି ।

Get real time updates directly on you device, subscribe now.