fbpx

ଆଜି-କାଲି ରାଜ୍ୟରେ ପ୍ରବଳ ବର୍ଷିବ, ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର(ଭାସ୍କର ନ୍ୟୁଜ୍‌): ବଙ୍ଗୋପସାଗର ମଧ୍ୟରୁ ରାଜ୍ୟକୁ ପ୍ରବେଶ କରୁଥିବା ଜଳୀୟ ବାଷ୍ପ ପୂର୍ଣ୍ଣବାୟୁ ପ୍ରଭାବରେ ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ଓଡିଶାର ବିଭିନ୍ନ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୭ ଜିଲ୍ଲାକୁ ବିଜୁଳି ଘଡଘଡି ସହିତ ବର୍ଷା ଆଶଙ୍କା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ରହିଛି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି, ଢ଼େଙ୍କାନାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି । କାଳବୈଶାଖୀ ଓ ବଜ୍ର ।ତ ପାଇଁ ଉକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହି ରି ଜାନୁଆରୀ ୧୪ ତାରିଖ ମଧ୍ୟରେ କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ସୁବର୍ଣ୍ଣପୁର, ଅନୁଗୁଳ, ଢ଼େଙ୍କାନାଳ, ବଲାଙ୍ଗୀର, ନୂଆପଡ଼ା, ନବରଙ୍ଗପୁର, କୋରାପୁଟ, ରାୟଗଡ଼ା, ନୟାଗଡ଼, କଟକ ଓ ଗଞ୍ଜାମ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି । ଏହି ସମୟ ମଧ୍ୟରେ କନ୍ଧମାଳ, ବୌଦ୍ଧ, ନୟାଗଡ଼, କଳାହାଣ୍ଡି, ରାୟଗଡ଼ା ଓ ଗଞ୍ଜାମ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବାରୁ ଉକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Get real time updates directly on you device, subscribe now.