fbpx

ଲଘୁଚାପ ପ୍ରଭାବରେ ବର୍ଷା ସମ୍ଭାବନା, ୨-୩ରୁ ପ୍ରବଳରୁ ଅତି ପ୍ରବଳ ବର୍ଷିବ; ୪୮ ଘଣ୍ଟା ପାଇଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୁବନେଶ୍ୱର (ଭାସ୍କର ନ୍ୟୁଜ୍‌): ଉତ୍ତର ଏବଂ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତରପଶ୍ଚିମ ଏବଂ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରର ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ଓଡ଼ିଶା ଆନ୍ଧ୍ରପ୍ରଦେଶ ଉପକୂଳ ଉପରେ ୭.୬ କିଲୋମିଟର ପର୍ଯ୍ୟନ୍ତ ବିସ୍ତାରିତ ହୋଇଛି । ଆସନ୍ତା ୨-୩ ଦିନ ମଧ୍ୟରେ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି ।ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସମଗ୍ର ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି । ବିଶେଷ କରି ଉପକୂଳ ଓ ଆଭ୍ୟନ୍ତରୀଣ ଓଡିଶାର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ।

ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି ଯେ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ କଳାହାଣ୍ଡି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ନବରଙ୍ଗପୁର, କନ୍ଧମାଳ, ବଲାଙ୍ଗୀର, ନୂଆପଡ଼ା, ପୁରୀ, ଗଞ୍ଜାମ, ଖୋର୍ଦ୍ଧା, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ସେହିପରି ୮ ତାରିଖ ମଧ୍ୟରେ ନୂଆପଡା, ନବରଙ୍ଗପୁର, ବରଗଡ, ଝାରସୁଗୁଡା, ସୁନ୍ଦରଗଡ ଓ କେନ୍ଦୁଝର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହିସବୁ ଜିଲ୍ଲାଗୁଡିକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏଥିସହ ଉତ୍ତର ପଶ୍ଚିମ ଏବଂ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ର ପ୍ରଦେଶ ଉପକୂଳବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ଉପକୂଳରେ ଲଘୁଚାପ ପ୍ରଭାବରେ, ବଙ୍ଗୋପସାଗରର ଉତ୍ତର ଉପକୂଳରେ ଘଣ୍ଟାପ୍ରତି ୪୦-୫୦ କିଲୋମିଟର ବେଗରେ ପବନ ବହିବା ସହ ସମୁଦ୍ର ଅଶାନ୍ତ ରହିବ । ଏହାକୁ ଦୃଷ୍ଟିରେ ରଖି ଓଡ଼ିଶା ଉପକୂଳବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର କୂଳରେ ରହୁଥିବା ମତ୍ସ୍ୟଜୀବୀଙ୍କୁ ଆସନ୍ତା ୪୮ ଘଂଟା ପାଇଁ ସମୁଦ୍ର ମଧ୍ୟକୁ ନଯିବା ପାଇଁ ପରାମର୍ଶ ଦିଆଯାଇଛି ।

Get real time updates directly on you device, subscribe now.