fbpx

ରାଜ୍ୟରେ ୨ଦିନ ପର୍ଯ୍ୟନ୍ତ ବର୍ଷା ନାହିଁ : ବଢ଼ିବ ତାପମାତ୍ରା, ଅନୁଭୂତ ହେବ ଗୁଳୁଗୁଳି

ଭୁବନେଶ୍ୱର  (ଭାସ୍କର ନ୍ୟୁଜ୍‌): ମୌସୁମୀ ନିମ୍ନ ଚାପରେଖା ତାର ସାଧାରଣ ଅବସ୍ଥାନ ଠାରୁ ଉତ୍ତରରେ ରହିଛି । ଏଥିସହ ବର୍ତମାନ ହିମାଳୟ ପାଦଦେଶ ଦେଇ ଅତିକ୍ରମ କରୁଥିବାରୁ ରାଜ୍ୟରେ ମୌସୁମୀ ନିଷ୍କ୍ରିୟ ରହିଛି । ଏହାର ପ୍ରଭାବରେ ତାପମାତ୍ରାରେ ବୃଦ୍ଧି ହୋଇଛି ଏବଂ ଗୁଳୁଗୁଳି ଅନୁଭୂତ ହେଉଛି । ଅନ୍ୟପକ୍ଷରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ କିଛି ଅଞ୍ଚଳରେ ବିଜୁଳି-ଘଡଘଡି ସହ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ପାଣିପାଗ କେନ୍ଦ୍ର ପକ୍ଷରୁ ଜାରୀ ସତର୍କ ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଝାରସୁଗୁଡା, ସୁନ୍ଦରଗଡ, ସମ୍ବଲପୁର, ଦେବଗଡ, ଅନୁଗୁଳ, କେନ୍ଦୁଝର, ମୟୁରଭଂଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, କନ୍ଧମାଳ , ବୌଦ୍ଧ, ଗଜପତି, ରାୟଗଡା, ମାଲକାନଗିରି, କୋରାପୁଟ ଓ ବରଗଡ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବଜ୍ରପାତ ସହ ବର୍ଷା ସମ୍ଭାବନା ରହିଛି । ଏଥିପାଇଁ ଏହି ଜିଲ୍ଲା ଗୁଡିକୁ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି । ଅପରପକ୍ଷରେ ଆଗାମୀ ୨ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ସମ୍ଭାବନା ନଥିବା ପାଣିପାଗ ବିଭାଗ ସୂଚନା ଦେଇଛି ।

Get real time updates directly on you device, subscribe now.