fbpx
BJD SKY
BJD SKY

ଆଜିଠୁ ଛେଚିବ ବର୍ଷା, ୧୨ ଜିଲ୍ଲାକୁ ସତର୍କ ସୂଚନା ଜାରି

BJD

ଭୁବନେଶ୍ୱର (ଭାସ୍କର ନ୍ୟୁଜ): ରାଜ୍ୟରେ ମୌସୁମୀ ସକ୍ରିୟ ରହିଥିବାବେଳେ ଏକାଧିକ ଲଘୁଚାପ ଯୋଗୁଁ ଗତ ଜୁନ୍‌ ୧ରୁ ଅଗଷ୍ଟ ୨୧ ତାରିଖ ମଧ୍ୟରେ ସ୍ୱାଭାବିକ ବର୍ଷା ଠାରୁ ଅଧିକ ୧୫% ବର୍ଷା ହୋଇଥିବା ରେକର୍ଡ କରାଯାଇଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଅନ୍ୟପକ୍ଷରେ ଆଜିଠୁ ରାଜ୍ୟରେ ପୁଣି ବର୍ଷାର ପରିମାଣ ବୃଦ୍ଧି ପାଇବାର ସମ୍ଭାବନା ରହିଛି । ୨୩ ଓ ୨୪ ତାରିଖରେ ଉପକୂଳ ଓ ଆଭ୍ୟନ୍ତରୀଣ ଜିଲ୍ଲାଗୁଡ଼ିକରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ଭଦ୍ରକ, ଯାଜପୁର, ଢେଙ୍କାନାଳ, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା ଓ କଳାହାଣ୍ଡି ରହିଛି ।

ସେହିପରି ୨୪ ଓ ୨୫ ତାରିଖରେ ଦକ୍ଷିଣ ଓ ଆଭ୍ୟନ୍ତରୀଣ ଜିଲ୍ଲାଗୁଡ଼ିକରେ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ଦେଖାଦେଇଛି । ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ଗଜପତି, ଗଞ୍ଜାମ, ଢେଙ୍କାନାଳ, ଅନୁଗୋଳ, କନ୍ଧମାଳ, ବୌଦ୍ଧ, ସୋନପୁର, ବଲାଙ୍ଗିର, କଳାହାଣ୍ଡି, ରାୟଗଡ଼ା, କୋରାପୁଟ, ନୂଆପଡ଼ା, ନବରଙ୍ଗପୁର ଓ ମାଲକାନାଗିରି । ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ମଧ୍ୟ ଜାରି କରାଯାଇଛି ।

Get real time updates directly on you device, subscribe now.