fbpx

ଆସୁଛି ଆଉ ଦୁଇଟି ଲଘୁଚାପ: ଆଜି-କାଲି ପ୍ରବଳ ବର୍ଷା ସମ୍ଭାବନା, ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର, (ଭାସ୍କର ନ୍ୟୁଜ୍‌): ଉତ୍ତର-ପଶ୍ଚିମ ଏବଂ ତତ୍‌ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି କରାଯାଇଥିବା ସତର୍କ ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୮ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ଢ଼େଙ୍କାନାଳ, ସମ୍ବଲପୁର, ନୂଆପଡ଼ା, ବଲାଙ୍ଗୀର ଓ ସୁବର୍ଣ୍ଣପୁର ରହିଛି । ଏସବୁ ଜିଲ୍ଲାକୁ ଆଞ୍ଚଳିକ ପାଣିପ।ଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ସେପ୍ଟେମ୍ବର  ୨୧ ତାରିଖ ମଧ୍ୟରେ କେନ୍ଦୁଝର, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ବରଗଡ଼, ନୂଆପଡ଼ା ଓ ବଲାଙ୍ଗୀର ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବାରୁ ଏହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଅନ୍ୟପଟେ ବଙ୍ଗୋପସାଗର ଚଳିତ ମାସ ୨୫ ଓ ୨୮ ତାରିଖରେ ପୁଣି ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଫଳରେ ଆସନ୍ତା ୧୦ ଦିନ ଓଡ଼ିଶାରେ ପ୍ରବଳ ବର୍ଷା ହୋଇପାରେ । ‘ସେଣ୍ଟର ଫର୍‌ ଇନଭେର୍ଣ୍ଣମେଣ୍ଟ ଆଣ୍ଡ କ୍ଲାଇମେଟ୍‌’ ପକ୍ଷରୁ ଏହି ଆକଳନ କରାଯାଇଛି । ଦକ୍ଷିଣ ଚୀନ ସାଗରରୁ ଏହି ଘୂର୍ଣ୍ଣିବଳୟ ଆସୁଛି । ଫଳରେ ଉପକୂଳବର୍ତ୍ତି ଓଡ଼ିଶାର ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଦଷିଣ ଚୀନ ସାଗରରୁ ସୃଷ୍ଟ ଘୂର୍ଣ୍ଣିବଳୟ ପଶ୍ଚିମାଞ୍ଚଳ ମିଆଁମାର ଏବଂ ଥାଇଲାଣ୍ଡ ଦେଇ ବଙ୍ଗୋପସାଗରେ ପହଞ୍ଚିବ ବୋଲି ଆକଳନ କରାଯାଇଛି ।

Get real time updates directly on you device, subscribe now.