fbpx

୨୪ ଘଣ୍ଟା ମଧ୍ୟରେ ୧୧ଟି ଜିଲ୍ଳାରେ ପ୍ରବଳ ବର୍ଷା ସମ୍ଭାବନା, ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର (ଭାସ୍କର ନ୍ୟୁଜ୍‌): ଆସନ୍ତା ୨୪ଘଂଟା ମଧ୍ୟରେ ରାଜ୍ୟର ୧୧ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର ଓ ବରଗଡ଼ ଆଦି ଜିଲ୍ଲାଗୁଡ଼ିକର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ଅଗଷ୍ଟ ୨୦ ତାରିଖ ମଧ୍ୟରେ ସୁନ୍ଦରଗଡ଼, ବରଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁର ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହି ଜିଲ୍ଲାଗୁଡ଼ିକୁ ବି ପାଣିପାଗ କେନ୍ଦ୍ରକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Get real time updates directly on you device, subscribe now.