fbpx

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୨ ଜିଲ୍ଲାରେ କାଳବୈଶାଖୀ ବର୍ଷା ସମ୍ଭାବନା, ପଶ୍ଚିମ ଓଡ଼ିଶାରେ ଜାରି ରହିବ ଗ୍ରୀଷ୍ମ ପ୍ରକୋପ

ଭୁବନେଶ୍ୱର(ଭାସ୍କର ନ୍ୟୁଜ୍‌): ଆଗାମୀ ୨୪ ଘଣ୍ଟା ମଧ୍ୟରେ ଶନିବାର ମଧ୍ୟାହ୍ନ ସୁଦ୍ଧା ଓଡ଼ିଶାର ୧୨ଟି ଜିଲ୍ଳାରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି । ସେହିପରି ଏହି ସମୟ ମଧ୍ୟରେ ପଶ୍ଚିମ ଓଡ଼ିଶାର ୨ ଜିଲ୍ଲାରେ ପ୍ରବଳ ଗୀଷ୍ମ ପ୍ରବାହ ଜାରି ରହିବ । ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ପୂର୍ବାନୁମାନ କରାଯାଇଛି ।

ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହା ଯାଇଛି ଯେ ରାଜ୍ୟର ମାଲକାନାଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି, ଗଂଜାମ, କନ୍ଧମାଳ, ବୌଦ୍ଧ, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା ରହିଛି । କାଳବୈଶାଖୀ ସମୟରେ ବଜ୍ରପାତର ଆଶଙ୍କା ରହୁଥିବାରୁ ଲୋକଙ୍କୁ ଏହି ସମୟରେ ଖୋଲାସ୍ଥାନକୁ ବାହାରିବାକୁ ବାରଣ କରାଯାଇଛି ।

Get real time updates directly on you device, subscribe now.