fbpx

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବିଭିନ୍ନ ସ୍ଥାନରେ ବଜ୍ରପାତ ସହ ବର୍ଷା ସମ୍ଭାବନା, ୧୩ ଜିଲ୍ଳାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର(ଭାସ୍କର ନ୍ୟୁଜ୍‌): ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ସୋମବାର ମଧ୍ୟାହ୍ନ ସୁଦ୍ଧା ଓଡ଼ିଶାର ୧୩ଟି ଜିଲ୍ଳାରେ କାଳବୈଶାଖୀର ସମ୍ଭାବନା ରହିଛି । ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏନେଇ ପୂର୍ବାନୁମାନ କରାଯାଇଛି । କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ ରାଜ୍ୟର କୋରାପୁଟ, ମାଲକାନଗିରି, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ନୂଆପଡ଼ା, ଗଜପତି, ଗଞ୍ଜାମ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବାଲେଶ୍ୱର ଓ ନବରଙ୍ଗପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା ରହିଛି। ଏହି ୧୩ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । କାଳବୈଶାଖୀ ସମୟରେ ବଜ୍ରପାତର ଆଶଙ୍କା ରହୁଥିବାରୁ ଲୋକଙ୍କୁ ଏହି ସମୟରେ ଖୋଲାସ୍ଥାନକୁ ନ ବାହାରିବାକୁ ଅନୁରୋଧ କରାଯାଇଛି।

Get real time updates directly on you device, subscribe now.