fbpx

ଖସୁଛି ପାରଦ, ବଢ଼ୁଛି ଶୀତ: ଆସନ୍ତା ୨୪ ଘଣ୍ଟା ଅନେକ ଜିଲ୍ଲାରେ ଘନ କୁହୁଡ଼ି ସମ୍ଭାବନା, ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (ଭାସ୍କର ନ୍ୟୁଜ୍‌): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ ଘନ କୁହୁଡ଼ି ଦେଖାଯିବା ସମ୍ଭାବନା ରହିଛି । ଏଥିପାଇଁ ୬ଟି ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲାଗୁଡ଼ିକ ହେଲା କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, କଳାହାଣ୍ଡି ଓ କନ୍ଧମାଳ । ଏହାକୁ ଦୃଷ୍ଟିରେ ରଖି ଏସ୍‌ଆର୍‌ସି ସମସ୍ତ ଜିଲ୍ଲାର ଜିଲ୍ଲାପାଳ ଓ ଏସ୍‌ପିମାନଙ୍କୁ ଚିଠି ଲେଖି ଆବଶ୍ୟକୀୟ ପଦକ୍ଷେପ ନେବାକ ନିର୍ଦ୍ଦେଶ ଦେଇଛନ୍ତି ।

ସେହିପରି ୬ ତାରିଖ ମଧ୍ୟରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାକୁ ବି ଘନ କୁହୁଡ଼ି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏତଦ ବ୍ୟତୀତ ଜାନୁଆରୀ ୬ରୁ ୭ ତାରିଖ ମଧ୍ୟରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି,କନ୍ଧମାଳ, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ କୁହୁଡି ପଡ଼ିବାର ସମ୍ଭାବନା ରହିଛି । ଏଥିପାଇଁ ଉକ୍ତ ଜିଲ୍ଲାକୁ ମଧ୍ୟ ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Get real time updates directly on you device, subscribe now.