fbpx

ଆଜି ୧୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର,(ଭାସ୍କର ନ୍ୟୁଜ୍‌) : ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଏବେ ସକ୍ରିୟ ରହିଛି । ଏହାର ପ୍ରଭାବରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ରାଜ୍ୟରେ ବର୍ଷା ଜାରି ରହିବ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଏଥିପାଇଁ ସବୁ ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ୍‌ କମିଶନର ।

ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନା ଅନୁଯାୟୀ ଆଗାମୀ ୨୪ ଘଣ୍ଟା ମଧ୍ୟରେନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଂଜାମ, ବୌଦ୍ଧ, ଅନୁଗୁଳ, କଟକ, ଢ଼େଙ୍କାନାଳ, ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ଭଦ୍ରକ ଓ ଯାଜପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସମୟ ମଧ୍ୟରେ ଓଡିଶାର ଅନ୍ୟ ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ମଧ୍ୟମ ଧରଣର ବର୍ଷା ସହ ବଜ୍ରାତ ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ୨୫ ତାରିଖ ମଧ୍ୟରେ ବାଲେଶ୍ୱର, ଭଦ୍ରକ,ଯାଜପୁର,କେନ୍ଦ୍ରାପଡା, କଟକ , ଜଗତସିଂହପୁର, କେନ୍ଦୁଝର , ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ, ସୋନପୁର, କନ୍ଧମାଳ , ସମ୍ବଲପୁର ଓ ବରଗଡ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସମୟ ମଧ୍ୟରେ ବାଲେଶ୍ୱର , ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ସୁନ୍ଦରଗଡ, ଝାରସୁଗୁଡା, ବରଗଡ, ସମ୍ବଲପୁର, ଦେବଗଡ, ଅନୁଗୁଳ , ଢେଙ୍କାନାଳ , କେନ୍ଦୁଝର, ମୟୁରଭଂଜ, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଂଜାମ, ଗଜପତି, ବୌଦ୍ଧ , କନ୍ଧମାଳ, ସୋନପୁର ଓ ବଲାଙ୍ଗୀର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ମଧ୍ୟମ ଧରଣର ବର୍ଷା ସହ ବଜ୍ରାତ ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ ୟେଲୋୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିାଗ ବିଜ୍ଞାନ କେନ୍ଦ୍ର ।

Get real time updates directly on you device, subscribe now.