fbpx

ତାତିରୁ ମିଳିଲା ସାମାନ୍ୟ ତ୍ରାହି: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବଜ୍ରପାତ ସହ କାଳବୈଶାଖୀ ବର୍ଷା ସମ୍ଭାବନା, ୨୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

Advertisement

ଭୁବନେଶ୍ୱର(ଭାସ୍କର ନ୍ୟୁଜ୍‌): କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ତାତି ସାମାନ୍ୟ କମିଛି ।  ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ସହ କାଳବୈଶାଖୀର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଦିନ ତାପମାତ୍ରା ସାମାନ୍ୟ ହ୍ରାସ ପାଇପାରେ ।

ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅଧିକାଂଶ ଜିଲ୍ଲାରେ ବଜ୍ରପାତ ସହ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି । ଅନୁଗୁଳ, ଢ଼େଙ୍କାନାଳ, ଦେବଗଡ, କେନ୍ଦୁଝର,ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର,କେନ୍ଦ୍ରାପଡ଼ା, କୋରାପୁଟ, ରାୟଗଡା ଓ କନ୍ଧମାଳ ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ଓ ପବନ ସହ ଝଡ଼ବର୍ଷା ଜନିତ କାଳବୈଶାଖୀର ସମ୍ଭାବନା ରହିଛି । ଏହି ସମୟରେ ପବନର ବେଗ ଘଂଟାପ୍ରତି ୪୦ରୁ ୫୦ କିଲୋମିଟର ପର୍ଯ୍ୟନ୍ତ ରହିପାରେ ।

ଏହି ସମୟ ମଧ୍ୟରେ କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ, ବୌଦ୍ଧ, କଳାହାଣ୍ଡି, ମାଲକାନାଗିରି ଓ ନବରଙ୍ଗପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି । ଏହାକୁ ଦୃଷ୍ଟିରେ ରଖି ଏହି ୨୪ଟି ଜିଲ୍ଲା ପାଇଁ ୟେଲୋୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ଅନ୍ୟ ପକ୍ଷରେ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ଆସନ୍ତା ୨ ଦିନ ପର୍ଯ୍ୟନ୍ତ ସର୍ବାଧିକ ତାପମାତ୍ରା (ଦିନର ତାପମାତ୍ରା)ରେ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ହେବାର ସମ୍ଭାବନା ରହିଛି । ପରବର୍ତୀ ୩ ଦିନ ମଧ୍ୟରେ ଦିନର ତାପମାତ୍ରା ସ୍ୱାଭାବିକ ଠାରୁ ୩ରୁ ୪ ଡିଗ୍ରୀ ସେଲସିୟସ ପର୍ଯ୍ୟନ୍ତ ବୃଦ୍ଧି ପାଇବାର ସମ୍ଭାବନା ରହିଛି ।

Get real time updates directly on you device, subscribe now.