fbpx

ଏବେ ବି ସକ୍ରିୟ ଘୂର୍ଣ୍ଣିବଳୟ : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର(ଭାସ୍କର ନ୍ୟୁଜ୍‌): ଦକ୍ଷିଣ-ପୂର୍ବ ମଧ୍ୟପ୍ରଦେଶ ଏବଂ ପଡ଼ୋଶୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଏବେ ସକ୍ରିୟ ରହିଛି । ଏହା ସମୁଦ୍ର ପତନଠାରୁ ୩.୧ କିଲୋମିଟର ଉଚ୍ଚତାରେ ଦକ୍ଷିଣ ଦିଗକୁ ଅଗ୍ରସର ହେଉଛି । ଏହାର ପ୍ରଭାବରେ ଆଭ୍ୟନ୍ତରୀଣ ଓଡିଶାର ଜିଲ୍ଲାଗୁଡ଼ିକରେ ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ଏବଂ ଉପକୂଳ ଓଡିଶାର ଜିଲ୍ଲାଗୁଡିକର ଅନେକ ସ୍ଥାନରେ ବର୍ଷାସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି ।

ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନା ଅନୁଯାୟୀ ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ସୁନ୍ଦରଗଡ଼, ଝାରସୁଗୁଡା, ସମ୍ବଲପୁର, ଦେବଗଡ, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ୱର, ଭଦ୍ରକ, କୋରାପୁଟ , ନବରଙ୍ଗପୁର , କଟକ ଓ ଢ଼େଙ୍କାନାଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେଥିପାଇଁ ଏହି ୧୪ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ସେହିପରି ୨୭ରୁ ବଦଳିବ ପାଗ। କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡା, କଳାହାଣ୍ଡି ଓ ବରଗଡ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଏହି ଜିଲ୍ଲା ଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି

Get real time updates directly on you device, subscribe now.