fbpx
BSKY
BJD SHG SKY
BJD YOUTH SKY

ରାଜ୍ୟରେ ଦୁର୍ବଳ ସ୍ଥିତିରେ ମୌସୁମୀ ବାୟୁ: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା, ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର(ଭାସ୍କର ନ୍ୟୁଜ୍‌): ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଦୁର୍ବଳ ସ୍ଥିତିରେ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ୧.୧ ମିମି ବର୍ଷା ରେକର୍ଡ ହୋଇଛି ଯାହାକି ସ୍ୱାଭାବିକ ବର୍ଷା ୧୪ ମିମି ତୁଳନାରେ ୯୨% କମ୍‌ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଅପରପକ୍ଷରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୮ଟି ଜିଲ୍ଲାର ଅନେକ ସ୍ଥାନରେ ବଜ୍ରପାତ ସହବର୍ଷା ହେବାର ସମ୍ଭାବନା ରହିଛି ।

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନା ଅନୁଯାୟୀ ଆଗାମୀ ୨୪ ଘଣ୍ଟାମଧ୍ୟରେ ରାଜ୍ୟର ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗୀର, ବୌଦ୍ଧ, ସୋନପୁର ଓ ନୟାଗଡ଼ ପ୍ରଭୃତି ୧୮ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଏହି ୧୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ସେହିପରି ୩୦ ତାରିଖ ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା, ଗଜପତି, ଗଞ୍ଜାମ, ନୟାଗଡ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ସୁନ୍ଦରଗଡ, କେନ୍ଦୁଝର, ମୟୁରଭଞ୍ଜ, ଯାଜପୁର, ବାଲେଶ୍ୱର, ଭଦ୍ରକ ଓ ଦେବଗଡ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଏହି ଜିଲ୍ଲା ଗୁଡିକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Get real time updates directly on you device, subscribe now.