fbpx

ପୁଣି ଫେରିଲା ତାତି: ଆହୁରି ଦୁଇଦିନ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ, କଲବଲ କରିବ ଗୁଳୁଗୁଳି

ଭୁବନେଶ୍ୱର (ଭାସ୍କର ନ୍ୟୁଜ୍‌) : ରାଜ୍ୟକୁ ପୁଣି ଫେରିଛି ତାତି । କିଛି ଦିନର ବ୍ୟବଧାନ ପରେ କଲବଲ କରୁଛି ଖରା । ରାଜ୍ୟର ଅଧିକାଂଶ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଛି । ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ତାପମାତ୍ରାରେ କୌଣସି ପରିବର୍ତ୍ତନ ଘଟିବାର ସମ୍ଭାବନା ନାହିଁ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପା।ଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ସ୍ୱାଭାବିକଠାରୁ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରାରେ ବୃଦ୍ଧି ଘଟିବ ବୋଲି ଆକଳନ କରାଯାଇଛି । ବିଶେଷକରି ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପାରଦ ଅଧିକ ରହିବ ।

ଜୁନ୍‌ ୧୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ସମ୍ଭାବନା ନଥିବାରୁ ଗ୍ରୀଷ୍ମ ପ୍ରବାହ ଅଧିକ ରହିବ ବୋଲି ପାଣିପାଗ ବିଜ୍ଞାନୀମାନେ ଆକଳନ କରିଛନ୍ତି । ସେପଟେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁବାରେ ବିଳମ୍ବ ଘଟିଛି । ନିକଟରେ ବଡ଼ ବର୍ଷା ହେବାର ସମ୍ଭାବନା ନଥିବାରୁ ମୌସୁମୀ ସକ୍ରିୟ ହେବାକୁ ସକ୍ଷମ ହେଉନାହିଁ । ଫଳରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ନାହିଁ । ତେଣୁ ଓଡ଼ିଶାକୁ ମୌସୁମୀ ଆସିବା ବିଳମ୍ବ ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

Get real time updates directly on you device, subscribe now.