fbpx

ଆହୁରି ୩ ଦିନ ଯାଏଁ କଲବଲ କରିବ ମୁଣ୍ଡଫଟା ଖରା, ୧୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର (ଭାସ୍କର ନ୍ୟୁଜ୍‌): ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ସାରା ରାଜ୍ୟରେ ତାତିର ପ୍ରଭାବ ଜାରି ରହିବ । ବିଶେଷକରି ପଶ୍ଚିମ ଓଡ଼ିଶାରେ ଏହା ଉଗ୍ର ରୂପ ଧାରଣ କରିବ । ଏବେ ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ମୁଣ୍ଡଫଟା ଖରା ଲାଗି ରହିଛି । ଆଭ୍ୟନ୍ତରୀଣ ଓଡ଼ିଶାରେ ମଧ୍ୟ ତାତିର ପ୍ରଭାବ ଅନୁଭୂତ ହେବ । ତେବେ ଦକ୍ଷିଣ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି । ଏ ନେଇ ୧୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢ଼େଙ୍କାନାଳ, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ନୂଆପଡ଼ା, ବଲାଙ୍ଗୀର, ଭଦ୍ରକ, ବାଲେଶ୍ୱର, ଗଂଜାମ ଓ ଗଜପତି ଜିଲ୍ଲାରେ କାଳବୈଶାଖୀ ସହ ବର୍ଷା ହେବାର ସମ୍ଭାବନା ରହିଛି ।

ଉପକୂଳ ଓଡ଼ିଶାରେ ତାପମାତ୍ରା ସ୍ୱାଭାବିକ ରହିଥିବା ବେଳେ ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ୧୬ ତାରିଖ ପର୍ଯ୍ୟନ୍ତ ଏହା ଅନୁଭୂତ ହେବ । ଏହି ସମୟରେ ତାପମାତ୍ରା ସ୍ୱାଭାବିକଠାରୁ ୩ରୁ ୪ ଡିଗ୍ରୀ ବୃଦ୍ଧି ଘଟିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.