fbpx
BSKY
BJD MC SKY
BJD YOUTH SKY

ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା, ୨୩ରୁ ପୁଣି ପ୍ରବଳ ଛେଚିବ

ଭୁବନେଶ୍ୱର, (ଭାସ୍କର ନ୍ୟୁଜ୍‌) : ରାଜ୍ୟରେ ବନ୍ୟା ପରିସ୍ଥିତି ସାଂଘାତିକ ରୂପ ଧାରଣ କରିଥିବା ବେଳେ ପୁଣି ୨୩ ତାରିଖରୁ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଉପକୂଳ ସମେତ ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ୨୩ ତାରିଖରୁ ୨୫ ତାରିଖ ପର୍ଯ୍ୟନ୍ତ ବର୍ଷାର ପ୍ରକୋପ ଜାରି ରହିବ ।

୨୩ ତାରିଖରେ ବର୍ଷା ପାଇଁ ବାଲେଶ୍ୱର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲା ନିମନ୍ତେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି୨୪ ତାରିଖରେ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, କଳାହାଣ୍ଡି ଓ ରାୟଗଡ଼ା ଜିଲ୍ଳା ପାଇଁ ସତର୍କ ସୂଚନା ଜାରି କରାଯାଇଛି । ୨୫ ତାରିଖରେ ବଜ୍ରପାତ ସହିତ ବର୍ଷା ନେଇ ୧୪ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି ।

Get real time updates directly on you device, subscribe now.