fbpx

ଆହୁରି କଲବଲ କରିବ ଅସହ୍ୟ ତାତି ସାଙ୍ଗକୁ ଗୁଳୁଗୁଳି, ୨ରୁ ୩ ଡିଗ୍ରୀ ବଢ଼ିବ ତାପମାତ୍ରା

ଭୁବନେଶ୍ୱର(ଭାସ୍କର ନ୍ୟୁଜ୍‌): ସମଗ୍ର ରାଜ୍ୟରେ ତାପମାତ୍ରା ବଢିବା ସହ ଅସହ୍ୟ ଗରମ ଓ ଗୁଳୁଗୁଳି ଜାରି ରହିଛି । ଆଗକୁ ମଧ୍ୟ ଗୁଳୁଗୁଳି ସହ ଆହୁରି ଗ୍ରୀଷ୍ମ ପ୍ରବାହ ବଢ଼ିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ଆଗାମୀ ୩ ଦିନ ମଧ୍ୟରେ ଦିନର ତାପମାତ୍ରା ବଢ଼ିବ । ରାଜ୍ୟର ଅନେକ ସ୍ଥାନରେ ତାପମାତ୍ରା ୨ରୁ ୩ ଡ଼ିଗ୍ରୀ ବଢ଼ିବାର ସମ୍ଭାବନା ରହିଛି । ତାପମାତ୍ରା ବୃଦ୍ଧି ସହ ଉପକୂଳ ଓଡ଼ିଶାର କିଛି ଅଂଚଳରେ ଗୁଳୁଗୁଳି ସମ୍ଭାବନା ଅଛି ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍‌ କରି ସୂଚନା ଦିଆଯାଇଛି ।

ଅପରପକ୍ଷରେ ଆଗାମୀ ୫ ଦିନ ଯାଏଁ ସନ୍ଧ୍ୟା ସମୟରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Get real time updates directly on you device, subscribe now.