fbpx
BJD
BJD SKY
BJD SKY

ପ୍ରଚଣ୍ଡ ଖରାରେ ଜଳୁଛି ପଶ୍ଚିମ ଓଡ଼ିଶା, ଆହୁରି ୩ ଦିନ ଯାଏଁ ବଢ଼ିବ ତାତି

BJD

ଭୁବନେଶ୍ୱର, (ଭାସ୍କର ନ୍ୟୁଜ୍‌): ଗତ କିଛିଦିନ ହେବ ସାରା ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଲାଗି ରହିଛି । ବିଶେଷକରି ପଶ୍ଚିମ ଓ ଆଭ୍ୟନ୍ତର ଓଡ଼ିଶାରେ ଏହାର ପରିଣାମ ଅଧିକ ଅନୁଭୂତ ହେଉଛି । ତେବେ ଆଭ୍ୟନ୍ତରୀଣ ଓଡ଼ିଶାରେ ୩ ଦିନ ମଧ୍ୟରେ ତାତି ୩ରୁ ୪ ଡିଗ୍ରୀ ବୃଦ୍ଧି ପାଇବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ବୁଧବାର ୪୪ ଡିଗ୍ରୀ ତାପମାତ୍ରା ସହ ଝାରସୁଗୁଡା ରାଜ୍ୟର ସବୁଠୁ ଉତ୍ତପ୍ତ ସହରଭାବେ ବିବେଚିତ ହୋଇଛି । ରାଜ୍ୟର ୧୨ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି । ଫଳରେ ଜନଜୀବନ ବ୍ୟତିବ୍ୟସ୍ତ ହୋଇପଡୁଛି । ବଲାଙ୍ଗୀରରେ ସର୍ବୋଚ୍ଚ ତାପମାତ୍ରା ୪୩.୨ ଡିଗ୍ରୀ ରହିଥିବା ବେଳେ ଟିଟିଲାଗଡ଼ରେ ୪୩, ସୋନପୁରରେ ୪୩.୯, ବୌଦ୍ଧରେ ୪୨, ସୁନ୍ଦରଗଡ଼ରେ ୪୨.୫, ପାରଳାଖେମୁଣ୍ଡିରେ ୪୦.୫, ଅନୁଗୋଳରେ ୪୨.୭, ହୀରାକୁଦରେ ୪୦.୩, ତାଳଚେରରେ ୪୧.୬, ସମ୍ବଲପୁରରେ ୪୧.୬ ଓ ଭବାନୀପାଟଣାରେ ୪୧.୫ ଡିଗ୍ରୀ ରେକର୍ଡ କରାଯାଇଛି ।

ଅନ୍ୟପକ୍ଷରେ ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ପାଗ ମେଘୁଆ ରହିଛି । ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ଏଭଳି ପାଗ ଜାରି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିାଗ ବିଜ୍ଞାନ ଆଭ୍ୟାନ୍ତରୀଣ ଓଡ଼ିଶାରେ ତାତି ବଢ଼ିବା ସହ ଦକ୍ଷିଣ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି । ଘଡଘଡି ବିଜୁଳି ସହ ବର୍ଷା ପାଇଁ ୧୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ, ବୌଦ୍ଧ, କଳାହାଣ୍ଡି ଆଦି ଜିଲ୍ଲାରେ କାଳବୈଶାଖୀ ପ୍ରଭାବରେ ବର୍ଷା ହେବାର ସମ୍ଭାବନା ରହିଛି । ତେବେ ଆଭ୍ୟନ୍ତରୀଣ ଓଡ଼ିଶାରେ ୩ ଦିନ ମଧ୍ୟରେ ତାତି ୩ରୁ ୪ ଡିଗ୍ରୀ ବୃଦ୍ଧି ପାଇବାର ସମ୍ଭାବନା ରହିଛି ବୋଲି ପାଣି ।ଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.