fbpx

ଗୁରୁବାରଠୁ ପ୍ରବଳ ବର୍ଷା ସମ୍ଭାବନା, ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର (ଭାସ୍କର ନ୍ୟୁଜ୍‌): ପଶ୍ଚିମା ଝଡ଼ ଆଗମନର ଆଶଙ୍କା ଓ ବଙ୍ଗୋପସାଗର ଅଞ୍ଚଳରୁ ରାଜ୍ୟକୁ ପ୍ରବେଶ କରୁଥିବା ଜଳୀୟବାଷ୍ପ ପ୍ରଭାବରେ ଫେବୃଆରୀ ୩ ତାରିଖରୁ ରାଜ୍ୟରେ କିଛି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ୪ ତାରିଖରେ ବର୍ଷାର ପରିମାଣ ବୃଦ୍ଧି ପାଇବାର ଅନୁମାନ କରାଯାଉଛି । ଏହାଛଡ଼ା ଗୋଟିଏରୁ ଦୁଇଟି ସ୍ଥାନରେ କୁଆପଥର ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ଅନୁସାରେ ଫେବୃଆରୀ ୩ ତାରିଖରେ ବରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ସୁନ୍ଦରଗଡ଼, ଦେବଗଡ଼, ମୟୂରଭଞ୍ଜ, ଓ କେନ୍ଦୁଝର ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ଅନୁମାନ କରାଯାଇଛି । ସେଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୪ ତାରିଖ ସକାଳ ସାଢ଼େ ୮ଟାରୁ ୫ ତାରିଖ ସକାଳ ସାଢ଼େ ୮ଟା ଭିତରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ୱଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି ।

ସେହିପରି ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ କୁଆପଥର ବର୍ଷା ହେବାର ସମ୍ଭାବନା ରହିଛି । ସେଥିପାଇଁ ଏହି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Get real time updates directly on you device, subscribe now.