fbpx
BSKY
BJD SHG SKY
BJD MC SKY

ତାତିରୁ ମିଳିବ ତ୍ରାହି: ଆଜିଠୁ କାଳବୈଶାଖୀ ସମ୍ଭାବନା, ୮ଜିଲ୍ଳାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର, (ଭାସ୍କର ନ୍ୟୁଜ୍‌): ଗତ କିଛିଦିନ ହେବ ସାରା ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଲାଗି ରହିଥିବା ବେଳେ ସେଥିରୁ ସାମାନ୍ୟ ତ୍ରାହି ମିଳିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଆଜିଠୁ ୨୩ ତାରିଖ ଯାଏ ରାଜ୍ୟର କିଛି ଜିଲ୍ଲାରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି ବୋଲି ବିଭାଗ ପକ୍ଷରୁ କୁହାଯାଇଛି । ଏହି ସମୟରେ ତାପମାତ୍ରାରେ ୨ ଡିଗ୍ରୀ ହ୍ରାସ ଘଟିବ । ହେଲେ କାଳବୈଶାଖୀ ସତ୍ତେ୍ୱ ବି ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ହ୍ରାସ ହେବାର ସମ୍ଭାବନା ନାହିଁ । ସେସବୁ ଜିଲ୍ଲାରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିବ ।

ଉପକୂଳ ଅଞ୍ଚଳରେ ଜଳୀୟ ବାଷ୍ପ ପରିମାଣ ଅଧିକ ରହୁଥିବାରୁ ତାତି ସାମାନ୍ୟ କମ୍‌ ଅନୁଭୂତ ହେଉଥିଲେ ବି ଗୁଳୁଗୁଳି ପରିସ୍ଥିତିକୁ ଅଧିକ ସଂଗୀନ କରିକାଉଛି । କାଳବୈଶାଖୀ ପରେ ଗୁଳୁଗୁଳିରୁ ସାମାନ୍ୟ ତ୍ରାହି ମିଳିବ । ପରବର୍ତ୍ତୀ ସମୟରେ ଯଦି ସାମୁଦ୍ରିକ ବାୟୁର ପ୍ରଭାବ ରହିଲା ତେବେ ପୁଣି ଗୁଳୁଗୁଳି ହେବା ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ଜାରି ଏକ ବୁଲେଟିନ୍‌ରେ କୁହାଯାଇଛି ।

ଆଜି ସକାଳ ୮ଟାରୁ ୨୨ ତାରିଖ ସକାଳ ୮ଟା ମଧ୍ୟରେ ଏହି ସବୁ ଜିଲ୍ଲାରେ ଘଡଘଡି ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ତେବେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଢେଙ୍କାନାଳ, ଗଞ୍ଜାମ, ଗଜପତି ଓ କନ୍ଧମାଳ ଜିଲ୍ଲାର କେତେକ ସ୍ଥାନରେ ପବନ ଅଧିକ ହୋଇପାରେ । ଏପରିକି ପବନର ବେଗ ଘଣ୍ଟାପ୍ରତି ୪୦ରୁ ୫୦ କି.ମି. ରହିାରେ । ସେଥିାଇଁ ଏହିସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ୨୨ ତାରିଖ ସକାଳ ସାଢ଼େ ୮ଟାରୁ ୨୩ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ପୁରୀ, କଟକ, ଅନୁଗୋଳ, ଖୋର୍ଦ୍ଧା, ନୟାଗଡ଼, ବୌଦ୍ଧ, କନ୍ଧମାଳ, ଗଞ୍ଜାମ ଓ ଗଜପତି ଜିଲ୍ଲାରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.