fbpx

୩ ଦିନ ପର୍ଯ୍ୟନ୍ତ କାଳବୈଶାଖୀ ବର୍ଷା ସମ୍ଭାବନା, ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର (ଭାସ୍କର ନ୍ୟୁଜ୍‌): ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବିଜୁଳି ଘଡଘଡି ସହିତ ବର୍ଷା ସମ୍ଭାବନା ରହିଛି । ଭୁବନେଶ୍ୱର ଆଞ୍ଚଳିକ ପାଣିାଗ କେନ୍ଦ୍ରର ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ବଲାଙ୍ଗୀର, ନୂଆପଡ଼ା, ସୁବର୍ଣ୍ଣପୁର, ସମ୍ବଲପୁର, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ନୟାଗଡ଼, କଟକ ଓ ଯାଜପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି । ଏହି ଜିଲ୍ଲାଗୁଡିକୁ ଆଞ୍ଚଳିକ ପାଣିପାଗ  କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ଅଗଷ୍ଟ ୧୧ରୁ ୧୨ ତାରିଖ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢ଼େଙ୍କାନାଳ, କନ୍ଧମାଳ ଓ ରାୟଗଡ଼ା ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି । ଏଥିାଇଁ ଉକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧୨ ରୁ ୧୩ ତାରିଖ ମଧ୍ୟରେ ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

Get real time updates directly on you device, subscribe now.