fbpx
BJD
BJD SKY
BJD SKY

ଆଜିଠୁ ବର୍ଷା ସହ ବଜ୍ରପାତ ସମ୍ଭାବନା, ୨୫ରୁ ବଢ଼ିବ ବର୍ଷା

ଭୁବନେଶ୍ୱର (ଭାସ୍କର ନ୍ୟୁଜ୍‌): ଆଫଗାନିସ୍ଥାନ ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ପଶ୍ଚିମା-ଝଡ ପ୍ରଭାବରେ ରାଜ୍ୟରେ ୨୪ ରୁ ବର୍ଷା ସମ୍ଭାବନା ରହିଛି । ସେହିପରି ୨୫ରୁ ବର୍ଷା ବଢିବ ଏବଂ କିଛି ଜିଲ୍ଲାରେ ବିଜୁଳି ଘଡଘଡି ସମ୍ଭାବନା ରହିଛି । ଅନ୍ୟପକ୍ଷରେ ୨୫ ରେ ଆଉ ଏକ ପଶ୍ଚିମା ଝଡ ପଶ୍ଚିମ-ହିମାଳୟ ଅଞ୍ଚଳରେ ସକ୍ରିୟ ହେବ ବୋଲି ଭୁବନେଶ୍ୱର ସ୍ଥିତ ଆଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ ଗୁରୁବାର ଦିନ ଝାରସୁଗୁଡା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ, କେନ୍ଦୁଝର, ମୟୁରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ସେହିପରି ଶୁକ୍ରବାର ଓ ଶନିବାର ମଧ୍ୟରେ ଉତ୍ତର ଓଡିଶାର ଜିଲ୍ଲାଗୁଡ଼ିକର କିଛି ସ୍ଥାନରେ ଏବଂ ଦକ୍ଷିଣ ଓଡିଶାର ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ତେବେ, ଏହି ସମୟ ମଧ୍ୟରେ ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ହେବାର ସମ୍ଭାବନା ରହିଥିବାରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି ୨୬ ତାରିଖ ଦିନ ମଧ୍ୟ ଉପକୂଳ ଓଡ଼ିଶା ସମେତ କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ ଓ କନ୍ଧମାଳ ଆଦି ଜିଲ୍ଲାରେ ହାଲୁକା ବର୍ଷାର ସମ୍ଭାବନା ରହିଛି ।

Get real time updates directly on you device, subscribe now.